BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଦେଶରେ ୫୪୨୪ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ।

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ହୋଇ ନ ଥିବା ବେଳେ ଏବେ ବ୍ଲାକ୍‌ ଫଙ୍ଗସ୍‌ ସମସ୍ତଙ୍କ ନିଦ ହଜାଇ ଦେଇଛି। ସୋମବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ.ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ଏକ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କରୋନା ମହାମାରୀ ସହ ମୁକାବିଲା ଓ ବ୍ଲାକ୍‌ ଫଙ୍ଗସ୍‌ ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଏହି ସଂକ୍ରମଣକୁ ନେଇ ସମସ୍ତେ ଚିନ୍ତା ପ୍ରକଟ କରିଥିଲେ। ଅନ୍ୟପଟେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଏହାକୁ ନେଇ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରକାଶ କରିଛନ୍ତି। ଦେଶରେ ଏପର୍ଯ୍ୟନ୍ତ ୫୪୨୪ ନୂଆ ବ୍ଲାକ୍‌ ଫଙ୍ଗସ୍‌ ମାମଲା ଚିହ୍ନଟ ହୋଇଥିବା ବେଳେ ମୋଟ ୧୮ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଏଥିରେ ପ୍ରଭାବିତ ହୋଇଛି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୫୬ଜଣ ଏଭଳି ରୋଗୀ ଅଛନ୍ତି, ଯେଉଁମାନେ କରୋନାରୁ ସୁସ୍ଥ ହୋଇସାରିଛନ୍ତି ଏବଂ ୫୫ପ୍ରତିଶତ ଡାଇବେଟିଜ୍‌ ରୋଗୀ ରହିଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ବ୍ଲାକ୍‌ ଫଙ୍ଗସ୍‌ରୁ ଅଧିକ ପ୍ରଭାବିତ ରାଜ୍ୟ ହେଉଛି ଗୁଜରାଟ। ଏହି ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୨୧୬୫ ମାମଲା ଚିହ୍ନଟ ହୋଇସାରିଛି। ଏହାପରେ ମହାରାଷ୍ଟ୍ର ୧୧୮୮, ଉତ୍ତରପ୍ରଦେଶ ୬୬୩, ମଧ୍ୟପ୍ରଦେଶ ୫୧୯, ହରିଆଣାରେ ୩୩୯ ଓ ଆନ୍ଧ୍ର ପ୍ରଦେଶରେ ୨୪୮ ମାମଲା ସାମ୍ନାକୁ ଆସିଥିବା ଜଣାପଡ଼ିଛି। ଅନ୍ୟପଟେ କରୋନା ଉପରେ ଚିନ୍ତା ପ୍ରକଟ କରି ହର୍ଷବର୍ଦ୍ଧନ କହିଛନ୍ତି, ବର୍ତ୍ତମାନ ଦେଶର ୧୬ଟି ରାଜ୍ୟରେ କରୋନା ପଜିଟିଭ୍‌ ହାର ଅଧିକ ରହିଛି। ଏଥିରେ କର୍ନାଟକ, କେରଳ, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଓଡ଼ିଶା, ରାଜସ୍ଥାନ, ଜମ୍ମୁ-କଶ୍ମୀର, ରାଜସ୍ଥାନ, ହିମାଚଳ ପ୍ରଦେଶ, ଗୋଆ, ମଣିପୁର ପୁଡ଼ୁଚେରୀ, ମେଘାଳୟ, ଅରୁଣାଚଳ ପ୍ରଦେଶ, ନାଗାଲାଣ୍ଡ, ସିକିମ ଓ ଲାକ୍ଷାଦ୍ୱୀପ ଭଳି ଆଦି ରାଜ୍ୟରେ କରୋନା ଗ୍ରାଫ୍‌ ଉପରମୁହାଁ ରହିଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।