BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜି ବଜେଟ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହର ଅନୁମୋଦନ ପାଇଁ ଉକ୍ତ ବଜେଟକୁ ବିଧାନସଭାରେ ଉପସ୍ଥାପନ କରିବେ। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ହେବାକୁ ଥିବାରୁ ସରକାର ବଜେଟକୁ ଗ୍ରାମାଞ୍ଚଳ ଭିତ୍ତିଭୂମି, ପାନୀୟ ଜଳ, କୃଷି, ସ୍ବାସ୍ଥ୍ୟ, ଶିକ୍ଷା, ମହିଳା ସଶକ୍ତୀକରଣ ଉପରେ ଅଧିକ ଫୋକସ ଦେବେ। ଆସନ୍ତା ବଜେଟର ଆକାର ଗତ ବଜେଟଠାରୁ ୧୫ ପ୍ରତିଶତ ବୃଦ୍ଧି ପାଇଛି। କେନ୍ଦ୍ରୀୟ ଅନୁଦାନ ହ୍ରାସ ପାଉଥିବାରୁ ରାଜ୍ୟ ସରକାର ନିଜ ଉତ୍ସରୁ ପ୍ରାୟ ୧ ଲକ୍ଷ କୋଟି ଆଦାୟ କରିବାକୁ ଲକ୍ଷ୍ୟ ରଖିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଥିଲେ।