BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମେ ପହିଲାରୁ ବଢ଼ିବ ଦୁଗ୍ଧ ଜାତ ଦ୍ରବ୍ଯ ଦର

କଟକ : ଆସନ୍ତା ମେ ପହିଲାରୁ ଦୁଗ୍ଧ ଜାତ ଦ୍ରବ୍ୟ ଛେନା, ପନିର୍‌ ଓ ଖୁଆର ମୂଲ୍ୟ ମହଙ୍ଗା ହେବ। କଟକ ଜିଲା ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଙ୍ଘର ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଓମ୍‌ଫେଡ କ୍ଷୀର ଲିଟର ପ୍ରତି ୪ଟଙ୍କା ବୃଦ୍ଧି ହେବା ସହ ଗୋଖାଦ୍ୟ ଓ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଦର ମଧ୍ୟ ବଢ଼ିଛି। ସେ ନେଇ କଟକ ଜିଲ ଦୁଗ୍ଧ ଜାତ ଦ୍ରବ୍ୟ ବ୍ୟବସାୟ ସଙ୍ଘ ଏଭଳି ନିଷ୍ପତ୍ତି ନେଇଛି । ବର୍ଦ୍ଧିତ ଦାମ ଅନୁସାରେ ଛେନାର ଦର କିଲୋ ପିଛା ୨୦ ଟଙ୍କା ବଢ଼ି ୧୯୫ ଟଙ୍କା ହୋଇଛି।
ସେହିପରି ପନିର କିଲୋ ପିଛା ୩୦ ଟଙ୍କା ବଢ଼ି ୨୫୫ ଟଙ୍କା ହେବା ସହିତ କଞ୍ଚା ଖୁଆ କିଲୋ ପିଛା ୬୦ ଟଙ୍କା ବଢ଼ି ୩୨୦ ଟଙ୍କା ହୋଇଛି। ଏ ନେଇ ସଂଘର ସାଧାରଣ ସମ୍ପାଦକ ପ୍ରଦୀପ କୁମାର ବେହେରା କହିଛନ୍ତି। କଟକରୁ ଢେଙ୍କାନାଳ, ଅନୁଗୋଳ ଓ ସମ୍ବଲପୁର ରେଢ଼ାଖୋଲ ଏବଂ ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ରପ୍ତାନି କରାଯାଉଥିବା ସ୍ଥାନ ଗୁଡ଼ିକରେ ଏହି ଅନୁପାତରେ ଦର ବଢ଼ିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।