BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଯୋଦ୍ଧା ସମ୍ମାନ।

ଭୁବନେଶ୍ୱର,୧୩/୬- ବିଏମସି ୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ ଉତ୍ସବ  ଅନୁଷ୍ଠିତ ହୋଇଯାଇଛି । ଯୁବନେତା ତଥା ସମାଜସେବୀ ମନୋଜ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି, ଆଶାଦିଦି ଓ ଯୁବ ସମାଜସେବୀ ମାନଙ୍କୁ କରୋନା ଯୋଦ୍ଧା ସମ୍ମାନନରେ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ମାନୀତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ତର ଜୋନର ଡେପୁଟି କମିଶନର ପୁରନ୍ଦର ନନ୍ଦ କହିଥିଲେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନେ ନିଜ ଜୀବନକୁ ବାଜି ଳଗାଇ ଆମ ଜୀବନ ରକ୍ଷା କରୁଛନ୍ତି। ସେମାନଙ୍କୁ ଯେତେ ପ୍ରଶଂସା କଲେବି କମ୍ ହେବ। ସମସ୍ତେ କରୋନା ନିୟମ ପାଳନ କରନ୍ତୁ।  ସମ୍ମାନୀତ ଅତିଥି ଭାବେ ଚନ୍ଦ୍ରଶେଖରପୁର ଥାନା ଅଧିକାରୀ ଯୁବରାଜ ସ୍ବାଇଁ ଯୋଗଦେଇ କହିଥିଲେ ମାସ୍କ ପିନ୍ଧିଲେ, ସାମାଜିକ ଦୂରତା ରକ୍ଷା କଲେ କରୋନା ପାଖ ମାଡିପାରିବ ନାହିଁ। ସମସ୍ତେ ସଚେତନ ଓ ସତର୍କ ରହିବା ଆବଶ୍ୟକ। ଅନ୍ୟତମ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଡାକ୍ତର ଦେବୀ ପ୍ରଶନ୍ନ ସାହୁ କହିଥିଲେ ରୋଗକୁ ଘୃଣାକର କିନ୍ତୁ ରୋଗୀକୁ ନୁହେଁ । କରୋନା ପାଇଁ ଭୟଭୀତ ହୁଅନ୍ତୁ ନାହିଁ। ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଲେ ତୁରନ୍ତ ପରୀକ୍ଷା କରାଇବା ସହିତ ଡାକ୍ତରଙ୍କ ପରାମର୍ଶ ଗ୍ରହଣ କରି ଔଷଧ ସେବନ କରନ୍ତୁ। ଅନ୍ୟମାନଙ୍କ ମଧ୍ୟରେ ସହରାଳ ସ୍ୱାସ୍ଥ୍ୟକେନ୍ଦ୍ରର ଜନସ୍ୱାସ୍ଥ୍ୟ ପରିଚାଳକ ହେମନ୍ତ ମହାପାତ୍ର, ରଜତ କର,ସତ୍ୟ ନାରାୟଣ ମହାନ୍ତି, ଓ୍ବାର୍ଡ ସଭାପତି ଲକ୍ଷ୍ମୀଧର ସାହୁ ପ୍ରମୁଖ ଯୋଗଦେଇ  ସମାଜସେବୀ ମନୋଜ ସାହୁଙ୍କ ଦୀର୍ଘ ଦିନର ସେବାକାର୍ଯ୍ୟକୁ ପ୍ରଶଂସା କରିବା ସହିତ ଏଭଳି କାର୍ଯ୍ୟକ୍ରମ ପାଇଁ କୃତଜ୍ଞତା ଜଣାଇଥିଲେ । ସମସ୍ତ ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଚିତ୍ତରଞ୍ଜନ ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।