BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨ ମୃତ।

ଭୁବନେଶ୍ୱର,୪।୧(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସ°ଖ୍ୟା କମିବାରେ ଲାଗିଛି। ଆଜି ରାଜ୍ୟରୁ ୧୮୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ରେ ପହଞ୍ଚିଛି।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୬ ଜଣ ଚିହ୍ନଟ ହୋଇଥିବା ବେଳେ ୭୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୪ ଏବଂ ଖୋର୍ଦ୍ଧାରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୨, ବରଗଡ଼ ୯, ଭଦ୍ରକ ୨, ବଲାଙ୍ଗୀର ୬, ବୌଦ୍ଧ ୧, କଟକ ୬, ଦେବଗଡ଼ ୧, ଢେଙ୍କାନାଳ ୧, ଗଜପତି ୨, ଗଞ୍ଜାମ ୫, ଜଗତସିଂହପୁର ୫, ଯାଜପୁର ୧୧, ଝାରସୁଗୁଡ଼ା ୮, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୧, ମାଲକାନଗିରି ୧, ମୟୂରଭଞ୍ଜ ୫, ନୂଆପଡ଼ା ୧୦, ପୁରୀ ୬, ସମ୍ବଲପୁର ୧୦ ଏବଂ ସୋନପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୫।

ସେହିପରି ଆଜି ରାଜ୍ୟରେ ୨ ଜଣଙ୍କ ଜୀବନ ନେଇଛି କରୋନା। ବାଲେଶ୍ୱର ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ ରେ ପହଞ୍ଚିଥିବା ବେଳେ ୩,୨୬,୨୦୯ଜଣ ସୁସ୍ଥ ହୋଇଛନ୍ତି। ୨୩୪୫ ଜଣ ଚିକିତ୍ସିତ ହେଉଛନ୍ତି।