BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଦିପାବଳୀ ଭେଟି। ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୧।୧୦: ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଦୀପାବଳି ଉପହାର ସ୍ବରୂପ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ହେଉଛି କେନ୍ଦ୍ରୀୟ କର୍ମଚାରୀମାନେ ବର୍ତ୍ତମାନ ୩୧ ପ୍ରତିଶତ ମହଙ୍ଗା ଭତ୍ତା ପାଇବେ। ଏକ କୋଟିରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ ଏହାର ଲାଭ ପାଇବେ।
କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ ମହଙ୍ଗା ଭତ୍ତା ବୃଦ୍ଧି ଚଳିତ ବର୍ଷ ଜୁଲାଇ ୧ ରୁ କାର୍ଯ୍ୟକାରୀ ହେବ। ଏହାପୂର୍ବରୁ ଜୁଲାଇ ମାସରେ ସରକାର ମହଙ୍ଗା ଭତ୍ତା କୁ ୧୧ ପ୍ରତିଶତରୁ ୨୮ ପ୍ରତିଶତକୁ ବୃଦ୍ଧି କରିଥିଲେ। ଏହା ପରେ ଏବେ ଏହା ୩ ପ୍ରତିଶତ ବୃଦ୍ଧି ପାଇଛି। ଏହାର ଅର୍ଥ ଏବେ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ୩୧ ପ୍ରତିଶତ ଡିଏ ପାଇବେ।
ସରକାରଙ୍କ ଏହି ଘୋଷଣା ଦ୍ୱାରା ୪୭.୧୪ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୮.୬୨ଲକ୍ଷ ପେନସନଭୋଗୀ ଉପକୃତ ହେବେ। ଦୀପାବଳି ଅବସରରେ ଏହି ଘୋଷଣା ସରକାରଙ୍କୁ ବାର୍ଷିକ ୯.୪୮୮ କୋଟି ଟଙ୍କା ଖର୍ଚ୍ଚ ହେବ।