BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ, ରାଜ୍ୟ ସରକାରଙ୍କ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ଯ୍ୟକାରିତା, ବିଭାଗମାନଙ୍କରେ ଖାଲିଥିବା ପଦବୀ ପୂରଣ, ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଧାରିତ ଅବସରକାଳୀନ ପ୍ରାପ୍ୟ ଓ ପେନସନ ପ୍ରଦାନ, ସଚିବମାନଙ୍କ ଜିଲ୍ଲାଗସ୍ତ ପର୍ଯ୍ୟବେକ୍ଷଣ ସହିତ ସଂପର୍କିତ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା ।

ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।