BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ୟୁନାଇଟେଡ କିଙ୍ଗଡମର ସମ୍ମାନଜନକ Sand Master Award ରେ ସମ୍ମାନିତ ହୋଇଥିବାରୁ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି।

ସୂଚନାଯୋଗ୍ୟ ଯେ, ସଂଯୁକ୍ତ ରାଷ୍ଟ୍ରର ଡୋରସେଟ୍‍ ଅଞ୍ଚଳର ୱେମାଉଥ ଠାରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବରେ ଶ୍ରୀ ପଟ୍ଟନାୟକ ପ୍ରଥମ ଭାରତୀୟ ଭାବେ ଏହି ସମ୍ମାନ ପାଇଛନ୍ତି।

ଶ୍ରୀ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପଦକ, ସାର୍ଟିଫିକେଟ୍‍ ଓ ବାଲୁକା କଳାର ଫଟୋଚିତ୍ର ଦେଖାଇଥିଲେ। ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି ତାଙ୍କୁ ଓଡ଼ିଶାର ଆସେଟ୍‍ (Asset) ବୋଲି କହିଥିଲେ ଏବଂ ଆଗାମୀ ଦିନରେ ଓଡ଼ିଶା ଓ ଦେଶ ପାଇଁ ଆହୁରି ଗୌରବ ଆଣିବେ ବୋଲି ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ୱର୍ଦ୍ଧିତ କରିଥିଲେ।

ଏହି ସଫଳତା ପାଇଁ ଶ୍ରୀ ପଟ୍ଟନାୟକଙ୍କୁ ପୂର୍ବରୁ ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି।