BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଦେବଗଡକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ- ମୁଖ୍ୟମନ୍ତ୍ରୀ

  • ଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
  • ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ
  • ଜିଲ୍ଲା ମୁଖ୍ୟାଳୟରେ ୩୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ଉଦ୍‍ଘାଟିତ
  • କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା
  • ଉପକୃତ ହେଲେ ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳି
  • ଦେବଗଡ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍‍ଘାଟିତ ହୋଇଛି ।


ସୂଚନା ଥାଉକି ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ 4 ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି।

ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିରେ କେନ୍ଦୁପତ୍ର ତୋଳାଳୀଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳି ମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଦେବଗଡ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି। ଆମେ ତାହାର ସଠିକ ଉପଯୋଗ କରି ଜିଲ୍ଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ଯୋଡିବୁ। ଆମ ସରକାର ଆସିବା ପରେ ଆମେ ଓଡିଶାର 30ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଉଛୁ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ଆମେ ଗୁରୁତ୍ୱ ଦେଉଛୁ।

ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ।

ସେ କହିଥିଲେ ଯେ, ଦେବଗଡ ଜିଲ୍ଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ । ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ବିଜୁଳି ଓ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଆମ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଛନ୍ତି ।

ସେ ପୁଣି କହିଥିଲେଯେ, ଓଡିଶାର ଜନସାଧାରଣକୁ ଯେଉଁ ପ୍ରତିଶ୍ରୁତି ଦେଇ ଆମେ ଲୋକଙ୍କ ସେବା କରିବାର ଦାୟିତ୍ୱ ନେଇଛୁ, ତାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ଆମେ ଗୋଟିଏ ମିନିଟ ବି ନଷ୍ଟ କରିନାହୁଁ। ଆମ ସରକାର ଆସିବାର ଏକ ବର୍ଷ ହେବାକୁ ମାତ୍ର ୯ ଦିନ ବାକି ଅଛି। ଆଉ ଏଇ ଏକ ବର୍ଷ ଭିତରେ ଆମେ ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟର ସାମଗ୍ରୀକ ବିକାଶ ପାଇଁ ଅନେକ ଉନ୍ନୟନମୂଳକ ଓ କଲ୍ୟାଣକାରୀ ପଦକ୍ଷେପ ଗ୍ରହଣ କରିଛୁ।

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ, ଡ. ମୁକେଶ ମହାଲିଙ୍ଗ, ଦେବଗଡ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ଦେବଗଡ ଜିଲ୍ଲାପାଳ କବିନ୍ଦ୍ର ଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେଇଥିବାବେଳେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡଃ ବିଶ୍ଵମୋହନ ମିଶ୍ର ଧନ୍ୟବାଦ ଦେଇଥିଲେ।