BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସଂପୂର୍ଣ୍ଣ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

  • ଅପରେସନ୍‍ ସିନ୍ଦୁର’ର ସଫଳତା: ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ
  • କଳିଙ୍ଗ ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ କଲେ ତ୍ରିରଙ୍ଗା ବାଇକ୍ ଯାତ୍ରାର ଉଦଘାଟନ
  • ଅପରେସନ୍‍ ସିନ୍ଦୁର’ର ସଫଳତା ଆମର ମା’ମାନଙ୍କ ଓ ଭଉଣୀମାନଙ୍କ ସଂକଳ୍ପର ସଫଳତା

ଭୁବନେଶ୍ୱର : ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା ଦେଖାଇ ଉଦ୍ଘାଟନ କରିଥିଲେ।

ଏହି ଯାତ୍ରା, ସକାଳ ୮ଟାରେ କଳିଙ୍ଗ ଷ୍ଟାଡିଅମ ଠାରୁ ଆରମ୍ଭ ହୋଇ ରାଜଭବନ ପର୍ଯ୍ୟନ୍ତ ହୋଇଥିବା ବେଳେ, ପୋଲିସ ବାହିନୀ, ସୁରକ୍ଷା ବାହିନୀ, ଲୋକପ୍ରତିନିଧି ଏବଂ ସାଧାରଣ ଜନତା ଏହି ରାଲିରେ, ନିଜ ସହିତ ତ୍ରିରଙ୍ଗା ପତାକା ଧରି ବାଇକ ଚଳାଇ ବନ୍ଦେ ମା ତରଂ ଧ୍ଵନି ଦେଇ ସହର ପରିକ୍ରମା କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେଯେ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜିର ଏହି ତ୍ରିରଙ୍ଗା ବାଇକ୍ ଯାତ୍ରା ଆତଙ୍କବାଦ ବିରୁଦ୍ଧରେ ଦେଶର ଅଭିଯାନକୁ ଆହୁରି ସଶକ୍ତ କରିବ। ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ତ୍ରିରଙ୍ଗା ତଳେ, ଯେତେବେଳେ ଏକଜୁଟ୍‍ ହେବେ, ସେତେବେଳେ କୌଣସି ଶକ୍ତି ଆମ ବିରୁଦ୍ଧରେ ସଫଳ ହେବେ ନାହିଁ । ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣୀତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ ।

ଗତବର୍ଷ ଅଗଷ୍ଟ ୧୪ ତାରିଖରେ ମଧ୍ୟ ତ୍ରିରଙ୍ଗା ଯାତ୍ରାରେ ମୁଁ ଯୋଗ ଦେଇଥିଲି। ସମସ୍ତଙ୍କ ଭିତରେ ଥିବା ଅଭୂତପୂର୍ବ ଉତ୍ସାହକୁ ଦେଖି ମୁଁ ନିଜେ ମଧ୍ୟ ଖୁବ୍‍ ଉତ୍ସାହିତ ହୋଇଥିଲି। ଆଜି ମଧ୍ୟ ଠିକ୍‍ ସେହିଭଳି ପରିସ୍ଥିତି ଆସିଛି। ଅପରେସନ୍‍ ସିନ୍ଦୁର’ର ସଫଳତା ଆମର ମା’ମାନଙ୍କ ଓ ଭଉଣୀମାନଙ୍କ ସଂକଳ୍ପର ସଫଳତା। ଆମର ସେନାବାହିନୀର ବୀର ଜବାନମାନେ ସିନ୍ଦୁର’ର ମର୍ଯ୍ୟାଦା ରଖିଛନ୍ତି। ସେଥିପାଇଁ ମୁଁ ଆମ ଦେଶର ବୀର ଜବାନ ମାନଙ୍କୁ ପୁଣି ଥରେ ହୃଦୟରୁ କୋଟି ସମ୍ମାନ ଜଣାଉଛି ବୋଲି ସେ କହିଥିଲେ।

ସେ ପୁଣି କହିଥିଲେଯେ, ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଆମେ ସବୁ ଭାରତୀୟ ନିରାପଦ। ପ୍ରଧାନମନ୍ତ୍ରୀ ମୋଦୀଜୀ କହିଛନ୍ତି ପ୍ରତ୍ୟେକ ଭାରତୀୟ ଶାନ୍ତି ଓ ସୁରକ୍ଷାର ସହ ରହିବା ପାଇଁ ଭାରତବର୍ଷ ଶକ୍ତିଶାଳୀ ହେବା ଜରୁରୀ । ଆବଶ୍ୟକ ପଡିଲେ ଆମ ପାଇଁ ଶକ୍ତି ପ୍ରଦର୍ଶନ ମଧ୍ୟ ଜରୁରୀ ଏବଂ ମୋଦୀଜୀ ଏହାକୁ ଅପରେଶନ ସିନ୍ଦୁରରେ ପ୍ରମାଣିତ କରି ଦେଖାଇଛନ୍ତି। ପରମାଣୁ ଶକ୍ତିର ବ୍ଲାକ୍‌ମେଲିଂକୁ ଭାରତ ଭୃକ୍ଷେପ କରିବ ନାହିଁ ବୋଲି ମୋଦୀଜୀଙ୍କ ଯେଉଁ ଦୃଢ ଚେତାବନୀ ଆଜି ସାରା ବିଶ୍ବରେ ପ୍ରତିଧ୍ବନିତ ହେଉଛି। ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସଂପୂର୍ଣ୍ଣ ପ୍ରସ୍ତୁତ ।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ, ଶ୍ରୀ ରବି ନାରାୟଣ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ।