BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଚିଲିକାରେ ବୁଡିଲା ଡଙ୍ଗା

ଖୋର୍ଦ୍ଧା,୫।୫: କାଳବୈଶାଖୀ ଯୋଗୁ ଗୁରୁବାର ଏକ ଅଘଟଣ ଘଟିଛି। ଚିଲିକାରେ ଡଙ୍ଗା ବୁଡି ଜଣେ ନିଖୋଜ ଥିବା ବେଳେ ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି। କାଳବୈଶାଖୀ ପ୍ରଭାବରେ ଝଡ ତୋଫାନ ଯୋଗୁ ଏଭଳି ଘଟଣା ଘଟିଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଚିଲିକାରୁ ଏକ ଡଙ୍ଗାରେ ୮ ପର୍ଯ୍ୟଟକଙ୍କ ସହ ୧୧ ଜଣ ଫେରୁଥିଲେ। ସେତିକିବେଳେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ଡଙ୍ଗାଟି ବୁଡିଯାଇଥିଲା। ସମସ୍ତ ପର୍ଯ୍ୟଟକ ଲାଇଫ୍‌ ଜ୍ୟାକେଟ୍‌ ପିନ୍ଧିଥିବାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଅନ୍ୟପକ୍ଷେ, ଜଣେ ନିଖୋଜ ଥିବା ସୂଚନା ମିଳିଛି। ଉଦ୍ଧାରକାରୀ ଦଳ ୮ ଜଣଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ଜଣାପଡିଛି।