BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ପୁସ୍ତକ, ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ପ୍ରତ୍ୟେକ ଜିଲ୍ଲା ସଦର ମହକୁମା ବହି ଦୋକାନରେ ହେବ ଉପଲବ୍ଧ

ଭୁବନେଶ୍ୱର: ଶନିବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ (Reference Book) ଗୁଡ଼ିକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକଗୁଡ଼ିକ ମଧ୍ୟରେ ଗଣିତ, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଜୀବ ବିଜ୍ଞାନ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ, ଓଡ଼ିଆ ଭାଷାରେ ଏହିଭଳି ବହି ଆଗରୁ ନଥିବାରୁ ରାଜ୍ୟ ସରକାର ପ୍ରତ୍ୟେକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୧୦ ରୁ ୨୦ ଟି ବହି ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଗ୍ରନ୍ଥାଳୟରେ ଏହି ବହି ଉପଲବ୍ଧ ହେବ, ଯଦ୍ଦ୍ୱାରା ପିଲାମାନେ ଏହାକୁ ସହଜରେ ପଢ଼ିପାରିବେ। ଏହି ପୁସ୍ତକଗୁଡ଼ିକ ପ୍ରତ୍ୟେକ ଜିଲ୍ଲାର ସଦର ମହକୁମାରେ ଥିବା ବିଭିନ୍ନ ଦୋକାନରେ ଉପଲବ୍ଧ କରାଇବା ପାଇଁ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା ପ୍ରଚେଷ୍ଟା କରିବ। ଏହି ପଦକ୍ଷେପ ସମୁଦାୟ ୭୦୦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାୟ ୧,୨୦,୦୦୦ ଛାତ୍ରଛାତ୍ରୀଙ୍କ ପାଇଁ ସହାୟକ ହେବ।

ପରବର୍ତ୍ତୀ ପର୍ଯ୍ୟାୟରେ ଦ୍ଵାଦଶ ଶ୍ରେଣୀ ପାଇଁ ମଧ୍ୟ ଓଡ଼ିଆ ଭାଷାରେ ବିଜ୍ଞାନ ପୁସ୍ତକ ପ୍ରସ୍ତୁତ କରିବାର ଯୋଜନା ରହିଛି। ଏହାଫଳରେ ପ୍ରାଥମିକ ଶିକ୍ଷାରୁ ଉଚ୍ଚ ବୈଷୟିକ ଶିକ୍ଷା ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ତରର ଛାତ୍ରଛାତ୍ରୀମାନଙ୍କ ପାଇଁ ଓଡ଼ିଆ ଭାଷାରେ ସନ୍ଦର୍ଭ ପୁସ୍ତକ ଉପଲବ୍ଧ କରାଇବା ଦିଗରେ ଏହା ଏକ ବଳିଷ୍ଠ ପଦକ୍ଷେପ ହେବ।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ଉଚ୍ଚଶିକ୍ଷା ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ଡିକେ ସିଂହ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଏନ୍ ଥିରୁମାଲା ନାୟକ ମଧ୍ୟ ଉପସ୍ଥିତ ଥିଲେ।