BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମମିତା ମେହେର ହତ୍ୟା ଘଟଣାରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ପାଖାପାଖି ଦୁଇ ମାସ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହିଁ ଖୋଳିଛନ୍ତି। ମମିତା ହତ୍ୟା ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏକ ବିବୃତି ଦେଇଛନ୍ତି।

ବିବୃତିରେ ମମିତା ହତ୍ୟା ଘଟଣାକୁ ନେଇ ଯେଭଳି ଭାବେ ରାଜନୀତି କରାଯାଉଛି, ତାହା ତାଙ୍କୁ ବ୍ୟଥିତ କରୁଥିବା ଉଲ୍ଲେଖ କରିଛନ୍ତି। ପରିବାର ଲୋକଙ୍କ ନିବେଦନ ସତ୍ତ୍ୱେ ଘଟଣାକୁ ଆଧାର କରି ବିରୋଧୀ ରାଜନୀତି କରୁଛନ୍ତି। ମହିଳାଙ୍କ ନ୍ୟାୟ ପ୍ରତି ସେ ସର୍ବଦା କାର୍ଯ୍ୟ କରୁଛନ୍ତି। ବିନା ଭୟ ଏବଂ ଦ୍ୱନ୍ଦ୍ୱରେ ପୋଲିସକୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରମାଣ ମିଳିଲେ ଯିଏ ହେଉନା କାହିଁକି ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଅବସରପ୍ରାପ୍ତ ଜିଲା ଜଜ୍‌ ତଦନ୍ତ ପ୍ରକ୍ରିୟାର ତଦାରଖ କରିବେ। ଏନେଇ ରାଜ୍ୟ ସରକାର ହାଇକୋର୍ଟଙ୍କୁ ଅନୁରୋଧ କରିଥିଲେ। ନ୍ୟାୟିକ ତତ୍ତ୍ୱାବଧାନରେ ତଦନ୍ତ ପ୍ରକ୍ରିୟା ଚାଲିଛି। କିଛି ପ୍ରମାଣ ଥିଲେ କୋର୍ଟକୁ ଦିଅନ୍ତୁ। ଜଣେ ସଦସ୍ୟଙ୍କୁ ବିଧାନସଭା ଆସିବାକୁ ବାଧା ଦିଆଯାଉଛି। ଏହା ଗଣତନ୍ତ୍ରରେ ଏକ ଖରାପ ପରମ୍ପରା ସୃଷ୍ଟି କରୁଛି। ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ବିରୋଧୀଙ୍କୁ ସେ ନିବେଦନ କରିଛନ୍ତି। ମମିତା ମେହେରଙ୍କୁ ନ୍ୟାୟ ଦେବାକୁ ମୋ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ବିବୃତିରେ ଦୋହରାଇଛନ୍ତି।