BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଓଡ଼ିଶାର ଦୀର୍ଘତମ T ସେତୁ ଉଦଘାଟିତ

କଟକ, ୨୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ଦୀର୍ଘତମ ସେତୁକୁ ସୋମବାର ଲୋକାର୍ପିତ କରିଛନ୍ତି। ୧୧୧ କୋଟି ବ୍ୟୟରେ ଏହି ସେତୁ ନିର୍ମିତ ହୋଇଛି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର ସଦୃଶ। ଏହା ରାଜ୍ୟର ପ୍ରଥମ ସେତୁ । ଏହି ସେତୁ ଫଳରେ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ଏବେ ପୂରଣ ହୋଇଛି । ସେତୁ ଉଦ୍‌ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧନ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ସ୍ଥାନୀୟ ଲୋକେ।
ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବରକୁ ସଂଯୋଗ କରିବା ସହିତ ନଦୀ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହାଦ୍ବାରା ବଡମ୍ବାରୁ ବାଙ୍କୀ ବୈଦେଶ୍ବରର ଦୂରତ୍ବ ୪୫ କିଲୋମିଟର ହ୍ରାସ ପାଇବ। ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କ ଗମନାଗମନରେ ସୁବିଧା ହେବ। ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ପ୍ରସନ୍ନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ୨୦୧୪ ମସିହାରେ ଏହି ବ୍ରିଜ୍‌ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।