BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନବୀନ ପୁଣି ନମ୍ବର ଓ୍ବାନ୍ ମୁଖ୍ୟମନ୍ତ୍ରୀ : ଇଣ୍ଡିଆ ଟୁଡେ ରିପୋର୍ଟ

ଭୁବନେଶ୍ୱର,୨୧/୧(ଓଡ଼ିଆ ନ୍ୟୁଜ): ନବୀନ ପୁଣି ନମ୍ବର ଓ୍ୱାନ୍ ମୁଖ୍ୟମନ୍ତ୍ରୀ। ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ଲୋକଙ୍କ ପ୍ରଥମ ପସନ୍ଦ ନବୀନ ପଟ୍ଟନାୟକ । ନିଜ ରାଜ୍ୟରେ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତାରେ ଦେଶରେ ସବୁଠୁ ଅଧିକ । ମୁଖ୍ୟମନ୍ତ୍ରୀ ଭାବରେ ଓଡ଼ିଶାର ୭୧.୧ ପ୍ରତିଶତ ଲୋକଙ୍କ ପସନ୍ଦ ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେର ମୁଡ୍ ଅଫ୍ ନେସନ୍ ପୋଲରେ ନିଜ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ଏକ ନମ୍ବରରେ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ।

ଦ୍ୱିତୀୟ ସ୍ଥାନର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଛନ୍ତି । ପଶ୍ଚିମବଙ୍ଗର ୬୯.୯ ପ୍ରତିଶତ ଜନତା ଦିଦିଙ୍କୁ ପସନ୍ଦ କରୁଛନ୍ତି । ୬୭.୫ ପ୍ରତିଶତ ସହ ତୃତୀୟ ସ୍ଥାନରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍. କେ. ଷ୍ଟାଲିନ୍ ଅଛନ୍ତି । ଚତୁର୍ଥ ସ୍ଥାନରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ପଞ୍ଚମ ସ୍ଥାନରେ କେରଳ ମୁଖ୍ୟମନ୍ତ୍ରୀ ପିନରଇ ବିଜୟନ ଓ ଷଷ୍ଟ ସ୍ଥାନରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ ।

ଅଷ୍ଟମ ସ୍ଥାନରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ନବମରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ଦଶମ ସ୍ଥାନରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ଅଛନ୍ତି । ଟପ୍ ଟେନ୍ ତାଲିକାରେ କେବଳ ବିଜେପି ଶାସିତ ରାଜ୍ୟର ଜଣେ ମୁଖ୍ୟମନ୍ତ୍ରୀ ଅଛନ୍ତି । ଇଣ୍ଡିଆ ଟୁଡେର ମୁଡ୍ ଅଫ୍ ନେସନ୍ ପୋଲ୍ ଦର୍ଶାଉଛି, ନିଜ ନିଜ ରାଜ୍ୟରେ ଆଞ୍ଚଳିକ ଦଳର ଦବଦବା ଜାରି ରହିଛି ।