BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ । ଆଜି ସାରା ଦେଶ ବାପୁଙ୍କୁ ମନେ ପକାଉଛି। ସର୍ବଦା ସତ୍ୟ ଓ ଅହିଂସାର ମାର୍ଗ ଆପଣାଉଥିବା ବାପୁଙ୍କୁ ସମସ୍ତେ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। ବାପୁଙ୍କ ଅନେକ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ମନେ ପକାଉଛନ୍ତି ନେତା , ମନ୍ତ୍ରୀ ସାଧାରଣ ଲୋକେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ,‘ସ୍ବାଧୀନତା ସଂଗ୍ରାମର କର୍ଣ୍ଣଧାର ତଥା ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି। ଲୋକଙ୍କ କଲ୍ୟାଣ ସହ ସୁସ୍ଥ ସମାଜ ଗଠନ ଏବଂ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ଦିଗରେ ତାଙ୍କ ପ୍ରଦର୍ଶିତ ସତ୍ୟ ଓ ଅହିଂସାର ମାର୍ଗ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ମୁଖମନ୍ତ୍ରୀ କହିଛନ୍ତି।