BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଆଜି ଆମେ ବିଭିନ୍ନ କ୍ଷେତ୍ରରେ ଆମର ପ୍ରତିଭାର ବିକାଶ ହୋଇପାରିଛି – ମିଶନ ଶକ୍ତି ମା ମାନେ

ଭୁବନେଶ୍ୱର : ଆଜି ସଂଧ୍ୟାରେ ନବୀନ ନିବାସଠାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରି କହିଥିଲେ ଯେ ଖୁବ କମ୍‌ ସମୟ ମଧ୍ୟରେ ଜାତୀୟ ପତାକା ପ୍ରସ୍ତୁତ କରିବା ଏକ ଗୁରୁ ଦାୟିତ୍ବ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉପରେ ଭରସା ରଖି ଏ ଦାୟିତ୍ବ ଦେଇଥିଲେ ଏବଂ ଆପଣମାନେ ମଧ୍ୟ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିପାରିଛନ୍ତି।

ଏପରି ଏକ ମର୍ଯ୍ୟଦାପୂର୍ଣ୍ଣ ଦାୟିତ୍ବ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ମହିଳା ମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି ବୋଲି ମତ ଦେଇଥିଲେ । ଏହି ଗୁରୁତ୍ବପୂର୍ଣ୍ଣ ଅବଦାନ ଯୋଗୁ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଓ ସବୁବେଳେ ରହିବେ ବୋଲି ସେମାନେ କହିଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।