BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଶିକ୍ଷକ ମାନଙ୍କ କଲ୍ୟାଣ ପାଇଁ ବଜ୍ର ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାର ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ଟଙ୍କା ବିନିଯୋଗ ହେବ। ଏଥିରେ ୩୦୦ ଶିକ୍ଷକଙ୍କ ଟ୍ରେନିଂ ପାଇଁ auditorium, ୧୦୦ ଜଣ ଶିକ୍ଷକଙ୍କ ରହିବା ପାଇଁ ବ୍ୟବସ୍ଥା ସହିତ ୧୦ ଟି କର୍ମଶାଳା କେନ୍ଦ୍ର ନିର୍ମାଣ କରାଯିବ।

ଶିକ୍ଷକ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ବଜ୍ର ଯୋଜନାର ଶୁଭାରମ୍ଭ ମଧ୍ୟ କରିଥିଲେ।
ଏହି ଯୋଜନାରେ ଶିକ୍ଷକ ମାନେ ଶିକ୍ଷକ ମାନେ ସେମାନଙ୍କର ଦିନକର ଦରମା ଏହି କଲ୍ୟାଣ ପାଣ୍ଠିକୁ ଦାନ କରିବେ ଏବଂ ଏହି ପାଣ୍ଠିରୁ ସେମାନଙ୍କ ବିଭିନ୍ନ ଆର୍ଥିକ ସମସ୍ୟା ସମୟରେ ସହାୟତା ଯୋଗାଇ ଦିଆଯିବ।

ଏହି ଅବସରରେ ୫ଟି ଶ୍ରେଷ୍ଠ ଆଦର୍ଶ ବିଦ୍ୟାଳୟ, ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ୫ ଜଣ ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା (ଶିକ୍ଷା) ଶ୍ରୀ ଉପେନ୍ଦ୍ର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭି କେ ପାଣ୍ଡିଆନ, ବିଭାଗୀୟ ସଚିବ ଶ୍ରୀମତୀ ଅଶ୍ଵଥୀ ଏସ., OAV ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।