BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କଟକରେ ଆଜି ଆନ୍ତରାଜ୍ୟ ବସ ଟର୍ମିନାଲର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ।

କଟକ,୨୩/୧(ଓଡ଼ିଆ ନ୍ୟୁଜ): ଆଜି କଟକ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଓଡ଼ିଆ ବଜାର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନରେ ପହଞ୍ଚି, ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ନେତାଜୀଙ୍କ ନାମରେ ଖାନନଗରରେ ହେବାକୁ ଯାଉଥିବା ଅନ୍ତଃରାଜ୍ୟ ବସ ଟର୍ମିନାଲର ଶିଳାନ୍ୟାସ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସ, ଜିଲ୍ଲା ପ୍ରଶାସନ, ସିଏମ୍‌ସି, ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତି କରାଯାଇଛି ।

୧୨ ଏକର ପରିମିତ ଜମିରେ ୬୫ କୋଟି ବ୍ୟୟରେ ହେବାକୁ ଯାଉଛି ଏହି ଆକର୍ଷଣୀୟ ବସ ଟର୍ମିନାଲ । ଏଠାରେ ଏକାଥରକେ ୧୮୦ଟି ବସ ଓ ୨୭୫ କାର ରହିପାରିବ । ୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍ଡିଂ ନିର୍ମାଣ କରି ଏଥିରେ ଯାତ୍ରୀ ବିଶ୍ରାମ ସ୍ଥାନ, ଫୁଡ୍‌ କୋର୍ଟ, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଆଦି ରହିବ । ବସ୍ ଟର୍ମିନାଲ ନିର୍ମାଣ ପାଇଁ କଟକର ରିଂ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରାଯିବ ।
ପୁରୁଣା ବସ ଷ୍ଟାଣ୍ଡରେ ଥିବା ଅନୁଗୁଳ, ଭୁବନେଶ୍ବର, ପୁରୀ ଷ୍ଟାଣ୍ଡରୁ ମଧ୍ୟ ଭିଡ଼ କମାଇବା ପାଇଁ ସ୍ବତନ୍ତ୍ର ଯୋଜନା କରାଯାଇଛି । ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ, ସ୍ଥାନୀୟ ଓ ‘ମୋ ବସ୍‌’ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ । ଶିଳାନ୍ୟାସ ପରେ ଏହି ଜମିରୁ ଉଚ୍ଛେଦ କାମ ଆରମ୍ଭ ହେବ । ଏହି ଆନ୍ତରାଜ୍ୟ ବସ ଟର୍ମିନାଲ ନେତାଜୀଙ୍କ ନାମରେ ନାମିତ ହେବ । ୧୮ ମାସ ଭିତରେ କଟକରେ ଛିଡ଼ା ହେବ ।