BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ପୁଣି ନବୀନ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ।

ନୂଆଦିଲ୍ଲୀ : ପୁଣି ଥରେ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ। ଇଣ୍ଡିଆ ଟୁଡେ ଗ୍ରୁପ-କାର୍ଭି ଇନ୍‌ସାଇଟ୍‌ସ ଦ୍ବାରା କରାଯାଇଥିବା ମୁଡ୍‌ ଅଫ୍‌ ଦ ନେଶନ (ଏମଓଟିଏନ) ସର୍ଭେ ୨୦୨୧ରେ ଏହା ପ୍ରକାଶ କରାଯାଇଛି।
ସର୍ଭେରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସର୍ଭେରେ ନବୀନଙ୍କୁ  ୫୧ ପ୍ରତିଶତ ମତଦାତା ପସନ୍ଦ କରିଥିବାବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ୪୪ ପ୍ରତିଶତ ଲୋକ ପସନ୍ଦ କରିଛନ୍ତି। ସେ ୨ୟ ସ୍ଥାନରେ ଅଛନ୍ତି। ତାଙ୍କ ପଛକୁ ରହିଛନ୍ତି ଯୋଗୀ ଆଦିତ୍ୟନାଥ (୩୯%), ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ (୩୫%) ଏବଂ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (୩୫%)।