BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆମ୍ଭେମାନେ ସତର୍କ ରହିଲେ କରୋନା ଛୁଇଁ ପାରିବ ନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨/୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ବିଦ୍ୟାଳୟ ଓ ଗଣଶିକ୍ଷା, ଆଇନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଂପୃକ୍ତ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦିତ ହୋଇଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମେ ସଚେତନ ଏବଂ ସତର୍କ ରହିଲେ କୋଭିଡ୍‌-୧୯ ଆମକୁ କେବେ ହରାଇ ପାରିବ ନାହିଁ । ମାସ୍କ ପିନ୍ଧିବା ଏବଂ କଡ଼ାକଡ଼ି ଭାବେ କୋଭିଡ୍‌ ନିୟମ ପାଳନ କରିବା ହେଉଛି ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଆହ୍ୱାନ ବୋଲି ଉଲ୍ଲେଖ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଚେତନ ହେବା ଏବଂ ବିନା ଲକ୍‌ଡାଉନ୍‌ରେ କରୋନାକୁ ହରାଇ ଉଦାହରଣ ସାଜିବା ପାଇଁ ଅନୁରୋଧ କରିଛନ୍ତି।
ମହିଳା ସଶକ୍ତିକରଣ ଲକ୍ଷ୍ୟ ନେଇ ଆହାର କେନ୍ଦ୍ର ପରିଚାଳନାରେ ମିଶନ ଶକ୍ତି ମା’ମାନଙ୍କୁ ରାଜ୍ୟ ସରକାରଙ୍କ ଦାୟିତ୍ୱ ପ୍ରଦାନ ସଫଳ ସାବ୍ୟସ୍ତ ହେଉଛି । ରାଜ୍ୟର ୧୫୭ଟି ମିଶନ ଶକ୍ତିର ୨ ହଜାରରୁ ଊର୍ଦ୍ଧ୍ୱ ମହିଳା ସହରାଞ୍ଚଳରେ ଥିବା ୧୬୬ଟି ଆହାର କେନ୍ଦ୍ରର ସୁପରିଚାଳନାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ତୁଲାଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।