BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କେନ୍ଦ୍ରକୁ ନବୀନଙ୍କ ଚିଠି।

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଖୋଲା ବଜାରରେ କରୋନା ଟିକା ମିଳୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୋଲା ବଜାରରେ ଟିକା ମିଳିଲେ ସାଧାରଣ ବର୍ଗର ଲୋକେ ଏହାକୁ କିଣିବା ପାଇଁ ସମର୍ଥ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଚିଠିରେ ମୁଖ୍ୟମନ୍ତ୍ରୀ ଆହୁରି ଲେଖିଛନ୍ତି, ଦେଶର ଯେଉଁ ପ୍ରମୁଖ ସହରରେ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ସେଠାରେ ଟିକାକରଣକୁ ଅଗ୍ରାଧିକାର ଦିଆଯିବା ଉଚିତ୍‌। ଭାରତରେ ଟିକା ଉତ୍ପାଦନ ପାଇଁ ଭିତ୍ତିଭୂମି ରହିଛି। ତେଣୁ ଟିକା ପ୍ରସ୍ତୁତ କ୍ଷେତ୍ରରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏକାଠି ହେବା ଆବଶ୍ୟକ।