BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଦୁଇମାସ ମାଗଣାରେ ମିଳିବ ଚାଉଳ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦/୪(ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା ସ୍ଥିତି। ଏହାକୁ ନଜରରେ ରଖି ରାଜ୍ୟ ସରକାର ସାରା ରାଜ୍ୟରେ ଲାଗୁ କରିଛନ୍ତି କଟକଣା। ଉଭୟ ଜୀବନ ଜିବୀକାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେଇଛନ୍ତି ବଡ଼ ପଦକ୍ଷେପ। ରାଜ୍ୟରେ କୋଭିଡର ଦ୍ବିତୀୟ ଲହର ଜନିତ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମେ’ ମାସରୁ ଅତିରିକ୍ତ ପାଞ୍ଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଯାହାଫଳରେ ମେ’ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ। ଏହାଦ୍ବାରା ୧୨ ଲଷ ହିତାଧିକାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏ ବାବଦ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ।