BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଗୁରୁବାର ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱରର ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏପରିକି ବାତ୍ୟା କ୍ଷୟକ୍ଷତି ଆକଳନ ପରେ ମୁଖ୍ୟମନ୍ତ୍ରୀ କିଛି ପ୍ୟାକେଜ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି।

ସୂଚନାଯୋଗ୍ୟ, ବାତ୍ୟା ‘ୟାସ୍‌’ ଯୋଗୁ ଭଦ୍ରକ ଏବଂ ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ାର ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ୍‌ ରିଲିଫ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ବୁଧବାର ଘୋଷଣା କରିଥିଲେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କ୍ଷତିଗ୍ରସ୍ତ ରାସ୍ତା ମରାମତି କରାଯିବ ଏବଂ ପ୍ରଭାବିତ ଜିଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣ କରାଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ