BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବଲାଙ୍ଗୀର ଜିଲ୍ଲାରେ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର(ଓଡ଼ିଆ ନ୍ୟୁଜ) ୨୨।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗିର ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ  କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। ଟିଟିଲାଗଡରେ ଜିଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାର ମୁଖ୍ୟମନ୍ତ୍ରୀଙ୍କଠାରୁ ସ୍ମାର୍ଟ ହେଲଥ କାର୍ଡ ଗ୍ରହଣ କରିଛନ୍ତି। ଜିଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ। ମୁଖ୍ୟମନ୍ତ୍ରୀ ଏହି ଗସ୍ତ ସମୟରେ ଜିଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପିତ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ମାର୍ଟ ହେଲଥ କାର୍ଡର ସୁବିଧା ଲୋକମାନେ ଚିକିତ୍ସା ସମୟରେ ପାଇବେ। ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ ହେବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦିଆଯାଉଛି। ଏଭଳି ବ୍ୟବସ୍ଥା କରିବାରେ ଓ ସାରା ଦେଶର ଏକମାତ୍ର ରାଜ୍ୟ। ସାରା ଓ ୯୬ ଲକ୍ଷ ପରିବାର ଏହି ସୁବିଧା ପାଉଥିବା ବେଳେ ବଲାଙ୍ଗିର ଜିଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ନିରଞ୍ଚନ ପୂଜାରୀ, ପଦ୍ମନାଭ ବେହେରା, ସୁଶାନ୍ତ ସିଂ, ନବ ଦାସ, ଶ୍ରୀମତୀ ଟୁକୁନି ସାହୁ, ଦିବ୍ୟଶଙ୍କର ମିଶ୍ର, ଏମ୍‌ପି ଶ୍ରୀମତୀ ସଙ୍ଗୀତା ସିଂହଦେଓ, ବିଧାୟକ ନରସିଂହ ମିଶ୍ର, ବିଧାୟକ ସରୋଜ ମେହେର, ସନ୍ତୋଷ ସିଂ ସାଲୁଜା, ମୁକେଶ ମହାଲିଙ୍ଗଙ୍କ ସମେତ ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।