BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏକ ଘଣ୍ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର : ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖିଣ୍ଡାର ବିକାଶ ସହ ଏହାକୁ ଏକ ପର୍ଯ୍ୟଟନସ୍ଥଳ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲପୁର ଗସ୍ତରେ ଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଖିଣ୍ଡା ଯାଇ ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଦେଇଥିଲେ। ତାଙ୍କ ଜନ୍ମ ପୀଠ ଖିଣ୍ଡା ବିକାଶ ସମ୍ପର୍କରେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ। ପରେ ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ ଯୋଗେ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ଘଣ୍ଟାଏ ଭିତରେ ନିଷ୍ପତ୍ତି ନେଇ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପରେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ପୀଠର ବିକାଶ ହେବ। ୧.୯୪୫ ଏକର ଜମିରେ ହେବାକୁ ଥିବା ଏହି ପ୍ରକଳ୍ପରେ ସୁରେନ୍ଦ୍ର ସାଏ ଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସହ ସ୍ମୃତି ସଦନ ମଧ୍ୟ ନିର୍ମାଣ କରାଯିବ। ସେଠାରେ ଥିବା ସଂଗ୍ରହାଳୟ ଓ ପାଠାଗାରର ପୁନରୁଦ୍ଧାର କରାଯିବ। ଲ୍ୟାଣ୍ଡସ୍କେପିଂ ସହ ଉଦ୍ୟାନର ବିକାଶ କରାଯିବ । ସୁନ୍ଦର୍‌ ଭାବରେ ଆଲୋକୀକରଣ ମଧ୍ୟ କରାଯିବ । ସେଠାରେ ଥିବା ମଞ୍ଚ ଓ ସମାବେଶ ସ୍ଥଳର ଉନ୍ନତିକରଣ କରାଯିବ।