BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଯୁବ କ°ଗ୍ରେସର ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର

ନୂଆଦିଲ୍ଲୀ, ୧୩।୧୧: କଳାହାଣ୍ଡି ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ନିରପେକ୍ଷ ତଦନ୍ତ ଏବଂ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଓଡ଼ିଶା ଯୁବକଂଗ୍ରେସ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛି। ହତ୍ୟା ମାମଲାର ଅନ୍ୟ ଷଡ଼ଯନ୍ତ୍ରକାରୀମାନଙ୍କ ବିରୋଧରେ ଓଡ଼ିଶା ସରକାର ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହାନ୍ତି। ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ଭୁଶୁଡ଼ି ପଡ଼ିଛି। ଏହାକୁ ବିପର୍ଯ୍ୟୟରୁ ରୋକିବା ଦିଗରେ କାର୍ଯ୍ୟାନୁଷ୍ଠାନ ସହ ପୀଡ଼ିତାଙ୍କ ପରିବାରକୁ ଉପଯୁକ୍ତ ନ୍ୟାୟ ପ୍ରଦାନ ଲାଗି ଯୁବ କଂଗ୍ରେସ ରାଷ୍ଟ୍ରପତିଙ୍କୁ ଅନୁରୋଧ କରିଛି। ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପୋଲିସ ତାଙ୍କୁ ଜେରା ପାଇଁ ଡାକୁ ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଜଣେ ଅଭିଯୁକ୍ତ ମନ୍ତ୍ରୀଙ୍କୁ ବହିଷ୍କାର କରିବାକୁ ମନା କରିଦେଇଥିବା ସ୍ମାରକପତ୍ରରେ କୁହାଯାଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ତତ୍ତ୍ୱାବଧାନରେ ମମିତା ହତ୍ୟା ମାମଲାର ତଦନ୍ତ ଲାଗି ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଗଠନ ପାଇଁ ଗୁରୁବାର ଯନ୍ତରମନ୍ତରରେ ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଭାରତୀୟ ଯୁବ କଂଗ୍ରେସ ରାଷ୍ଟ୍ରୀୟ ପ୍ରଭାରୀ କ୍ରିଷ୍ଣ ଅଲ୍ଲାଭରୁ ଏବଂ କଟକ ବାରବାଟି ବିଧାୟକ ମହମ୍ମଦ ମୋକିମ୍‌ ବିକ୍ଷୋଭରେ ସାମିଲ ହୋଇଥିଲେ। ମମିତାଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ମୋକିମ୍‌ କହିଥିଲେ।