BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ପିସିସି ସଭାପତି ହେଲେ ଶରତ ପଟ୍ଟନାୟକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡ଼ିଶା ପିସିସି ସଭାପତି ଭାବେ ସୋମବାର ନିଯୁକ୍ତ କରାଯାଇଛି। ଏ ନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଥର ପାଇଁ ସେ ପିସିସି ସଭାପତି ହୋଇଛନ୍ତି।
ପୂର୍ବରୁ ରାଜ୍ୟ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ବ୍ରଜରାଜନଗର ଉପନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସକୁ ନୂଆ ସଭାପତି ମିଳିବା ନେଇ କୁହାଯାଉଥିଲା । ଏ ନେଇ କଂଗ୍ରେସର ଚିନ୍ତନ ଶିବିର ବୈଠକ ମଧ୍ୟ ହୋଇଥିଲା। ପିସିସି ସଭାପତି କିଏ ହେବ ସେନେଇ ପ୍ରଭାରୀ ଚେଲ୍ଲାକୁମାର ଓଡିଶା ଗସ୍ତରେ ଆସିଥିଲେ । ଏହି ସମୟରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ପର୍ଯ୍ୟାୟକ୍ରମେ ଆଲୋଚନା କରିଥିଲେ ।
୨୦୧୯ରୁ ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେଇଥିଲେ ମଧ୍ୟ ତାଙ୍କ ଇସ୍ତଫାକୁ ଗ୍ରହଣ କରାଯାଇନଥିଲା । ତେବେ ଏହାକୁ ମଧ୍ୟ ଗୃହୀତ କରାଯାଇଥିବା ଏଆଇସିସି ପକ୍ଷରୁ କୁହାଯାଇଛି ।