BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟରେ ଆଜି ୧୫୦ ପଜିଟିଭ ଚିହ୍ନଟ ଓ ୧ ମୃତ।

ଭୁବନେଶ୍ୱର,୨୪।୧(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୧୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୩୦୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯ ଜଣ ଚିହ୍ନଟ ହୋଇଥିବା ବେଳେ ୬୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୮ ଏବଂ କଟକରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୪, ବାଲେଶ୍ୱର ୭, ଭଦ୍ରକ ୭, ବଲାଙ୍ଗୀର ୫, ବୌଦ୍ଧ ୨, ଦେବଗଡ଼ ୧, ଗଞ୍ଜାମ ୩, ଜଗତସିଂହପୁର ୬, ଯାଜପୁର ୬, ଝାରସୁଗୁଡ଼ା ୮, କଳାହାଣ୍ଡି ୬, କନ୍ଧମାଳ ୨, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୪, ଖୋର୍ଦ୍ଧା ୪, ମୟୂରଭଞ୍ଜ ୧, ନବରଙ୍ଗପୁର ୨, ନୂଆପଡ଼ା ୩, ପୁରୀ ୧୦, ସମ୍ବଲପୁର ୧୦ ଏବଂ ସୋନପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା  ୧ ଥିବା ବେଳେ ଆଜି ସୁନ୍ଦରଗଡ଼ରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪, ୩୦୦ରେ ପହଞ୍ଚିଥିବା ବେଳେ ୩,୩୦,୯୬୨ ଜଣ ସୁସ୍ଥ ହୋଇଛନ୍ତି। ୧୩୮୦ ଜଣ ଚିକିତ୍ସିତ ହେଉଛନ୍ତି।