BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟରେ ଆଜି ୮୨ ପଜିଟିଭ ଚିହ୍ନଟ।

ଭୁବନେଶ୍ବର,୬/୨(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ  ୪୯ ଜଣ ସଂଗରୋଧରୁ ଏବଂ ୩୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୪୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୦ଟି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି  ଅନୁଗୋଳରୁ ୯, ସମ୍ବଲପୁରରୁ ୭, ବରଗଡ଼ରୁ ୬, ବଲାଙ୍ଗୀର ଓ କଟକ, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୫ ଜଣ ଲେଖାଁଏ, ବାଲେଶ୍ବରରୁ, ଦେବଗଡ଼ ଓ ଯାଜପୁରରୁ ୩ ଜଣ ଲେଖାଁଏ, ଗଞ୍ଜାମ, ଝାରସୁଗୁଡା, କେନ୍ଦୁଝରରୁ, ପୁରୀ, ରାୟଗଡା ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଁଏ, ଗଜପତି, କଳାହାଣ୍ଡି ଓ ନୂଆପଡା ଏବଂ ଷ୍ଟେଟ ପୁଲରୁ  ୩ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ଆଉ ୧୨୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୨ହଜାର ୭୩୩କୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ୮୫୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ଏଯାବତ ୭୮ଲକ୍ଷ ୪୦ ହଜାର ୭୭୨ନମୂନା ପରୀକ୍ଷା କରାଯାଇଛି।