BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଚିନ୍ତା ବଢାଇଛି ଛାତ୍ରଛାତ୍ରୀଙ୍କ କରୋନା ସ°କ୍ରମଣ

ଭୁବନେଶ୍ୱର,୭/୧୨(ବ୍ୟୁରୋ): ରାଜ୍ୟରେ କୋଭିଡ ଟିକାକରଣ ସହିତ ସରକାରଙ୍କ ପକ୍ଷରୁ କୋଭିଡକୁ ନିନ୍ତୟଣ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉଥିବାବେଳେ ସଂପ୍ରତି ଅଧିକ ସଂଖ୍ୟାରେ ଛାତ୍ରଛାତ୍ରୀ କରୋନାରେ ସଂକ୍ରମିତ ହେବା ଘଟଣା ଚିନ୍ତା ବଢାଇ ଦେଇଛି । ବିଶେଷକରି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରାବାସରୁ ଏକ ସମୟରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ନିକଟରେ ଢେଙ୍କାନାଳ ସହରର ଏକ ବେସରକାରୀ ଆବାସିକ ଶିକ୍ଷାନଷ୍ଠାନର ଛାତ୍ରାବାସରୁ ୬୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ସୋମବାର ଦିନ ଅନୁଗୁଳ ଜିଲା ଛେଣ୍ଡିପଦା ନିକଟ ବାଲିପଟାଠାରେ ଥିବା ଏକ ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀନିବାସରୁ ୧୦ ଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଯାଜପୁର ଜିଲା ଦଶରଥପୁର ବ୍ଲକ ଝୁମ୍ପୁରାସ୍ଥିତ ଏକ ଉଚ୍ଚ ବିଦ୍ୟାଳୟର ୯ ଛାତ୍ରୀ କରୋନା ସଂକ୍ରମିତ ହୋଇଥିବା ସେମାନଙ୍କ ନମୁନା ପରୀକ୍ଷାରୁ ଜଣାଯାଇଛି । ଏହି ଦୁଇ ଶିକ୍ଷାନୁଷ୍ଠାନରେ ପଢୁଥିବା ଅନ୍ୟ ଛାତ୍ରଛାତ୍ରୀଙ୍କର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି । ଉକ୍ତ ରିପୋର୍ଟକୁ ଅପେକ୍ଷା କରାଯାଉଥିବାବେଳେ ସଂକ୍ରମିତ ଛାତ୍ରଛାତ୍ରୀଙ୍କ ସଂଖ୍ୟା ବୃଦ୍ଧିପାଇବା ଆଶଙ୍କା କରାଯାଉଛି ।