BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଫେବୃଆରୀରେ ଆସିବ ତୃତୀୟ ଲହର

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଓଡିଶାରେ ତୃତୀୟ ଲହରକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସତର୍କ କରାଇଛନ୍ତି। ଫେବୃୟାରୀ ମାସ ବେଳକୁ ରାଜ୍ୟରେ ତୃତୀୟ ଲହର ପିକ୍‌ ନେଇପାରେ ବୋଲି ସେ କହିଛନ୍ତି। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ କରୋନାର ପ୍ରଥମ ଓ ଦ୍ବିତୀୟ ଲହର ୨ ମାସ ବିଳମ୍ବରେ ଆସିଥିଲା । ଆଇସିଏମ୍‌ଆର ଆକଳନ ଅନୁଯାୟୀ, ଯଦି ତୃତୀୟ ଲହର ଆସେ ତେବେ ଏହା ଖୁବ୍‌ଶୀଘ୍ର ଓଡିଶା ଆସିବ । ସରକାରଙ୍କ ନିର୍ଦ୍ଦେଶ ଅନୁସାରେ, ଆମେ ପ୍ରସ୍ତୁତ ରହିଛୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି, ପେଡିଆଟ୍ରିକ ବିଭାଗ, ଅକ୍ସିଜେନ ଓ ମେଡିସିନ ସମ୍ପୂର୍ଣ୍ଣ ଭାବେ ମହଜୁଦ ଅଛି। ସର୍ଭେଲାନ୍ସ, ଟେଷ୍ଟିଂ, ଟ୍ରିଟ୍‌ମେଣ୍ଟ ଓ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ସେ କହିଛନ୍ତି।