BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କରୋନା କଟକଣା ଉପରେ ମତ ରଖିଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୭।୨(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତିି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କିଛି ରାଜ୍ୟ ଅତିରିକ୍ତ କଟକଣା ଲଗାଇଛନ୍ତି। ନିୟମ କୋହଳ କରିବା ଲାଗି କେନ୍ଦ୍ର ସରକାରଙ୍କ ଯେଉଁ ଚିଠି ଆସିଛି । ତା’ ଉପରେ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି।

ଆହୁରି ମଧ୍ୟ କହିଛନ୍ତି ଯେ, ଆମ ରାଜ୍ୟରେ ଗାଇଡଲାଇନ ଅନୁସାରେ କଟକଣା ହୋଇଛି । ସରକାରଙ୍କର ତା’ ଉପରେ ନଜର ରହିଛି । କୋଭିଡ୍‌ ସ୍ଥିତିର ସମୀକ୍ଷା ମଧ୍ୟ କରାଯାଉଛି । କିଛି ଦିନ ହେଲା ସଂକ୍ରମଣ ହଜାରେ ତଳେ ରହିଛି । ହସ୍ପିଟାଲିଟି ରେଟ୍‌ ମଧ୍ୟ କମ ରହୁଛି । ଆଗକୁ ସ୍ଥିତି ଆହୁରି ସୁଧୁରିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।