BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜିଠାରୁ ପୁଣି ଟିକାକରଣ ଆରମ୍ଭ

ଭୁବନେଶ୍ୱର : ରାଜ୍ୟରେ ଗୁରୁବାରଠାରୁ ପୁଣି କୋଭିଡ୍‌ ଟିକାକରଣ ଆରମ୍ଭ ହେବ। ରାଜ୍ୟର ସମସ୍ତ ଜିଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଟିକା ଦିଆଯିବ। ଯେଉଁମାନେ ଦ୍ୱିତୀୟ ଓ ପ୍ରିକଶନ୍‌ ଡୋଜ୍‌ ବା ବୁଷ୍ଟର ଡୋଜ୍‌ ନେଇ ନାହାନ୍ତି, ସେମାନେ ଏହି ଟିକା ନେଇପାରିବେ। ଏହି ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ କେବଳ କୋଭିଶିଲ୍ଡ ଟିକା ଉପଲବ୍ଧ ହେବ। ସକାଳ ୧୦ଟାରୁ ଅପରାହ୍ନ ୨ଟା ଏବଂ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଟିକାକରଣ ଚାଲିବ। ହିତାଧିକାରୀମାନେ ଟିକାକରଣ କେନ୍ଦ୍ରକୁ ଯାଇ ନାମ ପଞ୍ଜୀକରଣ କରି ଟିକା ନେଇପାରିବେ। ସେପଟେ ଟିକାକରଣ ପାଇଁ ଓଡ଼ିଶାକୁ ୧ଲକ୍ଷ କୋଭିଶିଲ୍ଡ ଟିକା ଆସିବା ପରେ ସବୁ ଜିଲାକୁ ବଣ୍ଟନ କରାଯାଇଛି। ଲୋକେ ଟିକାକରଣର ସୁଯୋଗ ଉଠାଇବା ସହ କରୋନାରୁ ସୁରକ୍ଷିତ ରହିବା ନିମନ୍ତେ ଏହି ଅଭିଯାନରେ ସାମିଲ ହେବାକୁ ସ୍ବାସ୍ଥ୍ୟ ବିଭାଗ ଅନୁରୋଧ କରିଛିି। ସୂଚନାଯୋଗ୍ୟ, ଓଡ଼ିଶାରେ ୧.୯୩ କୋଟି ଲୋକ (୫୯%) ବୁଷ୍ଟର ଡୋଜ୍‌ ଟିକା ନେଇନାହାନ୍ତି। ଓଡ଼ିଶାକୁ ଆବଶ୍ୟକ କରୋନା ଟିକା ଯୋଗାଇ ଦେବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସଚିବ ଶାଳିନୀ ପଣ୍ଡିତ ଗତ ଡିସେମ୍ବର ୨୩ରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଏବଂ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗତ ୨୯ରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନ୍‌ସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଥିଲେ। ଏହି କ୍ରମରେ ଜାତୀୟ ଟିକାକରଣ କାର୍ଯ୍ୟକ୍ରମରେ ଓଡ଼ିଶାକୁ ୧ଲକ୍ଷ କୋଭିଶିଲ୍ଡ ଟିକା ଆସିଛି।