BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଲଗାତାର ଭାବେ ବଢି ଚାଲିଛି କରୋନା ସଂକ୍ରମଣ। ଶୁକ୍ରବାର ୬୦୫୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବିଗତ ଦିନରେ ମିଳିଥିବା ସଂଖ୍ୟା ତୁଳନାରେ ଏହା ପ୍ରାୟ ୧୩ ପ୍ରତିଶତ ଅଧିକ ବୋଲି କୁହାଯାଉଛି। ଦେଶରେ ଏବେ ସୁଦ୍ଧା ସକ୍ରିୟ ମାମଲା ବା ଚିକିତ୍ସିତ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୨୮,୩୦୩ ହୋଇଯାଇଛି।
ଏହା ପୂର୍ବରୁ ଗୁରୁବାର ଦେଶରେ ୧୯୫ ଦିନ ପରେ ୫,୩୩୫ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଗତ ବର୍ଷ ୨୩ ସେପ୍ଟେମ୍ବରକୁ କରୋନାର ୫,୩୮୩ ଦୈନିକ ସଂକ୍ରମଣ ସାମ୍ନାକୁ ଆସିଥିଲା। ଦେଶରେ ଏବେ ସୁଦ୍ଧା ୪.୪୭ କୋଟି ଲୋକ କରୋନାରେ ସଂକ୍ରମିତ ହୋଇ ସାରିଛନ୍ତି।