BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏଥର ମହାସମାରୋହରେ ପାଳିତ ହେବ ସମ୍ବିଧାନ ଦିବସ

ଭୁବନେଶ୍ୱର : ଭାରତୀୟ ସମ୍ବିଧାନ କାର୍ଯ୍ୟକାରୀ ହେବାର ଦିବସ ନଭେମ୍ବର ୨୬କୁ ସାରା ଦେଶରେ ସମ୍ବିଧାନ ଦିବସ ରୂପେ ପାଳନ ପାଇଁ ଜାତୀୟ ସ୍ତରରେ ନିଷ୍ପତ୍ତି ହୋଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ରାଜ୍ୟ ସରକାରଙ୍କୁ ପତ୍ର ଲେଖି ଜଣାଇଛନ୍ତି । ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ସରକାରୀ ଉଦ୍ୟୋଗ ବିଭାଗ ଅଧୀନ ସ୍କୁଲ, କଲେଜ, ସରକାରୀ ଉଦ୍ୟୋଗ ଓ ସ୍ବୟଂଶାସିତ ପ୍ରତିଷ୍ଠାନଗୁଡ଼ିକରେ ଏହି ସମ୍ବିଧାନ ଦିବସ ସ୍ବତନ୍ତ୍ର ଭାବେ ପାଳିତ ହେବ । ଏହି ଦିବସ ପାଳନ ସମୟରେ ଭାରତୀୟ ସମ୍ବିଧାନର ମୁଖବନ୍ଧକୁ ପାଠ କରାଯିବ । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ, ମୁଖ୍ୟ ନିର୍ଦ୍ଦେଶାଳୟ ଏବଂ ଜିଲାପାଳମାନେ ଏହି ଦିବସକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବାକୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।