BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କୋଭିଡ୍ ପରିଚାଳନାରେ ସାମିଲ ହେଲା ଗାଁ କଲ୍ୟାଣ ସମିତି

ଭୁବନେଶ୍ୱର,୨୦।୫(ବ୍ୟୁରୋ): କୋଭିଡ୍‌ ପରିଚାଳନା ପାଇଁ ଗାଁ କଲ୍ୟାଣ ସମିତିକୁ ସାମିଲ କରାଯାଇଛି। ଏ ବାବଦକୁ ସମିତିକୁ ମିଳିବ ସର୍ବାଧିକ ୨୦ ହଜାର ଟଙ୍କା। ୨୦୨୧-୨୨ ବର୍ଷ ପାଇଁ ୪ଟି କିସ୍ତିରେ ଏହି ଟଙ୍କା ମିଳିବ। ଏନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ଗାଁ କଲ୍ୟାଣ ସମିତି କରୋନା ମୁକାବିଲା ପାଇଁ ବୈଠକ କରି ୩ ମାସର ଆକ୍ସନ ପ୍ଲାନ କରିବ। ସ୍ଥାନୀୟ ଗଣମାଧ୍ୟମକୁ ନେଇ ଲୋକଙ୍କୁ ସଚେତନ ମଧ୍ୟ କରିବ ସମିତି। ଏଥିସହ ସାନିଟାଇଜ, ଟିକାକାରଣ ଓ ଟେଷ୍ଟିଂ ପାଇଁ ଲୋକଙ୍କୁ ଉତ୍ସାହିତ କରିବ। କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ମଧ୍ୟ ସମିତି କଠୋର କାର୍ଯ୍ୟାନୁଷ୍ଠାନ ନେଇପାରିବ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି।
ସେପଟେ ୨୪ରୁ ରାଜ୍ୟବ୍ୟାପୀ ଆଶାକର୍ମୀମାନେ ଘର ଘର ବୁଲି ସର୍ଭେ ପାଇଁ ଆକ୍ସନ ପ୍ଲାନ କରିଛି ସ୍ବାସ୍ଥ୍ୟ ବିଭାଗ। ଆଶାକର୍ମୀମାନେ ଜ୍ୱର ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରି ଔଷଧ ବ୍ୟବସ୍ଥା କରିବା ସହ ଆବଶ୍ୟକ ସ୍ଥଳେ ହସ୍ପିଟାଲ ପଠାଇବାକୁ ମଧ୍ୟ ନିଷ୍ପତ୍ତି ହୋଇଛି। ଲକ୍ଷଣ ଥିଲେ ନିକଟ ସ୍ବାସ୍ଥ୍ୟକେନ୍ଦ୍ରରେ ଟେଷ୍ଟିଂ କରାଇବେ ଏବଂ ଲିଫ୍‌ଲେଟ୍‌ ବାଣ୍ଟି କୋଭିଡ୍‌ ସମ୍ପର୍କରେ ସଚେତନ କରିବେ ଆଶାକର୍ମୀ। ଠିକ୍‌ ଭାବେ ମାସ୍କ ବ୍ୟବହାର ଓ ହାତ ଧୋଇବା ନେଇ ମଧ୍ୟ ଲୋକଙ୍କୁ ବୁଝାଇବେ। ଅନ୍ୟ ଗୁରୁତର ରୋଗରେ ଆକ୍ରାନ୍ତ କରୋନା ରୋଗୀଙ୍କୁ ଚିହ୍ନଟ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଦୈନିକ ଅତିକମ୍‌ରେ ୨୦ଟି ଘର ବୁଲି ଆଶାକର୍ମୀମାନେ ସର୍ଭେ କରିବେ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏ ନେଇ ମହାପାତ୍ର ସମସ୍ତ ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି।