BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଟି-୨୦ ସିରିଜ ଜିତିଲା ଟିମ୍ ଇଣ୍ଡିଆ, ସୂର୍ଯ୍ୟଙ୍କ ଜବରଦସ୍ତ ବ୍ୟାଟିଂ

ରାଜକୋଟ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ବିଜୟ ଲାଭ କରି ଭାରତ ୨-୧ରେ ସିରିଜ ଜିତିଛି। ରାଜକୋଟର ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚରେ ଟସ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଥିଲା। ଟିମ ଶ୍ରୀଲଙ୍କା ଅଧିନାୟକ ଦାସନୁ ଶାନାକାଙ୍କ ନେତୃତ୍ୱରେ ବୋଲିଂ କରିଥିବାବେଳେ ଭାରତୀୟ ବ୍ୟାଟସମ୍ୟାନଙ୍କୁ ଅଟକାଇବାରେ ବିଫଳ ରହିଥିଲେ।
ଭାରତ ଧାର୍ଯ୍ୟ ୨୦ ଓଭରରେ ୫ ଓ୍ବିକେଟ ହରାଇ ୨୨୯ ରନ କରିଥିଲା। ଫଳରେ ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ ୨୩୦ ରନ ରହିଥିଲା। ଶ୍ରୀଲଙ୍କା ଦଳ ଧାର୍ଯ୍ୟ ୧୬.୪ ଓଭରରେ ସମସ୍ତ ଓ୍ବିକେଟ ହରାଇ ୧୩୭ ରନ କରିଥିଲା।

ଭାରତ ପକ୍ଷରୁ ସୂର୍ଯ୍ୟକୁମାର ଯାଦବ ବିସ୍ଫୋରକ ବ୍ୟାଟିଂ କରି ୫୧ ବଲରେ ୧୧୨ ରନ କରି ଅପରାଜିତ ରହିଥିଲେ। ଅକ୍ଷର ପଟେଲ ୯ ବଲରେ ୨୧ ରନ କରି ଅପରାଜିତ ରହିଥିଲେ ସେହିପରି ଶୁଭମାନ ଗିଲ୍‌ ୩୬ ବଲରେ ୪୬ ରନ, ରାହୁଲ ତ୍ରିପାଠି ୧୬ ବଲରେ ୩୫ ରନ କରିଥିଲେ।