BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଲୁଟେରା।

ଭୁବନେଶ୍ୱର,୧/୧୦(ଓଡ଼ିଆ ନ୍ୟୁଜ): ରାଜଧାନୀରେ ମର୍ଣ୍ଣିଂ ୱାକ୍‌ କରୁଥିବା ବେଳେ ଜଣେ ବରିଷ୍ଠ ସାମ୍ବାଦିକଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଦିନ ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୮ ଡେଲଟା ସ୍କୋୟାରରେ ମର୍ଣ୍ଣିଂ ୱାକ୍‌ କରୁଥିବା ସମୟରେ ବରିଷ୍ଠ ସାମ୍ବାଦିକ ସତ୍ୟ ସୁନ୍ଦର ଭଞ୍ଜଙ୍କ ଉପରକୁ ୨ ଜଣ ଯୁବକ ଆକ୍ରମଣ କରିଥିବା ଜଣାପଡିଛି। ଯାହାଫଳରେ ସାମ୍ବାଦିକ ଜଣକ ଗୁରୁତର ଭାବେ ଆହତ ହୋଇଛନ୍ତି।

ଓଡିଆ ଦୈନିକ ଖବର କାଗଜ ‘ସମୟ’ରେ କାମ କରୁଥିବା ଆହତ ସାମ୍ବାଦିକଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ।

ସୂଚନାନୁସାରେ, ବାଇକ୍‌ରେ ୨ ଜଣ ଯୁବକ ତାଙ୍କ ଫୋନ୍ ଛଡ଼ାଇବାକୁ ଚେଷ୍ଟା କରିଥିଲେ ଫୋନ୍‌ ନଦେବାରୁ ଲୁହା ରଡ୍‌ରେ ତାଙ୍କୁ ଅତି ନିର୍ମମ ଭାବେ ପିଟିଥିବା ଅଭିଯୋଗ ହୋଇଛି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ହୋଇଥିବା ଜଣାପଡ଼ିଛି।

ଭଞ୍ଜଙ୍କ ସାନଭାଇ ଗଣମାଧ୍ୟମକୁ କହିଛନ୍ତି ଯେ ସେ ତାଙ୍କ ସହ ଭୁବନେଶ୍ୱରରେ କିଛି ସମୟ ହେବ ରହିଆସୁଛନ୍ତି। “ଆଜି ସକାଳେ ତାଙ୍କୁ କିଛି ଦୁବୃର୍ତ୍ତ ନିର୍ଦ୍ଦୟ ଭାବେ ଆକ୍ରମଣ କରିଥିଲେ। ଠିକ୍ ସମୟରେ ଚିକିତ୍ସା କରାଯାଇଥିବାରୁ ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି ଏବଂ ସେ କଥା ହେବାକୁ ସକ୍ଷମ ବୋଲି ସେ କହିଛନ୍ତି।