BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପ୍ରସନ୍ନ ବେହେରା ନିଲମ୍ବିତ।

ଭୁବନେଶ୍ୱ,୨୪।୧୦(ବ୍ୟୁରୋ): ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ରବିବାର କନେଷ୍ଟବଳ ପ୍ରସନ୍ନ ବେହେରାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ପ୍ରସନ୍ନଙ୍କ ନାମରେ ୫ଟି ଫୌଜଦାରୀ ମାମଲା ରହିଛି। ଏପରି କି କୋଭିଡ୍‌ ନିମୟ ଉଲ୍ଲଂଘନ କରି ପାତ୍ରପଡ଼ାସ୍ଥିତ ସାଉଥ ସିଟି ବାରକୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଚଲାଉଥିଲେ। ଅଭିଯୋଗରେ ପରେ ପୋଲିସ ପ୍ରସନ୍ନଙ୍କୁ ଗିରଫ କରିଥିଲା। ପୋଲିସର ତଦନ୍ତ ପରେ ବିନା ଲାଇସେନ୍ସରେ ସେ ବାର ଚଲାଉଥିବା ଜଣାପଡିଥିଲା।

ସୂଚନା ଯୋଗ୍ୟ, ସେ ଭୁବନେଶ୍ୱର ହାବିଲଦାର ଓ କନେଷ୍ଟବଳ ସଂଘର ସମ୍ପାଦକ ଥିଲେ। ଗିରଫ ପରେ ପ୍ରସନ୍ନଙ୍କୁ ପୂର୍ବରୁ ଚାକିରିରୁ ନିଲମ୍ବିତ କରାଯାଇଥିଲା । ବର୍ତ୍ତମାନ ତାଙ୍କୁ ଚାକିରିରୁ ବିଦା କରାଯାଇଛି।