BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ ଗିରଫ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ରବିବାର ଗିରଫ ହୋଇଛନ୍ତି। ତିଲେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଏ ନେଇ ଦେବଗଡ଼ ଏସ୍‌ଡିପିଓ ସୂଚନା ଦେଇଛନ୍ତି। ବିଧାୟକଙ୍କୁ ଭୁବନେଶ୍ୱର କ୍ୱାର୍ଟର୍ସରୁ ଦେବଗଡ଼ ପୋଲିସ ଗିରଫ କରିଛି। ବିଧାୟକଙ୍କ ସମେତ ୨ ଜଣ ସହଯୋଗୀଙ୍କୁ ମଧ୍ୟ ପୋଲିସ ଗିରଫ କରିଛି।
ସୂଚନାନୁସାରେ, ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ଶନିବାର ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ସମର୍ଥକଙ୍କ ସହିତ ମିଶି ସଂଘବଦ୍ଧ ଆକ୍ରମଣ କରିଥିଲେ। ଆକ୍ରମଣରେ ବିଡିଓ ଦଳପତି ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ବିଡିଓ ଦଳପତି ଏ ନେଇ ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରିଥିଲା।