BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଲିଭ୍-ଇନରେ ରହୁଥିବା ମହିଳା ବଳାତ୍କାର ଅଭିଯୋଗ ଆଣି ପାରିବେ ନାହିଁ

ନୂଆଦିଲ୍ଲୀ, : ନିଜ ଇଚ୍ଛାରେ କୌଣସି ପୁରୁଷଙ୍କ ସହ ଲିଭ୍‌-ଇନ୍‌ ରିଲେଶନରେ ରହି ସମ୍ପର୍କରେ ଫାଟ ସୃଷ୍ଟି ହେବା ପରେ ସମ୍ପୃକ୍ତା ମହିଳା ତାଙ୍କ ବିରୋଧରେ ବଳାତ୍କାର ମାମଲା କରିପାରିବେ ନାହିଁ ବୋଲି ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି। ଏଥିସହ ଅଭିଯୁକ୍ତ ଯୁବକଙ୍କୁ ଜଷ୍ଟିସ୍‌ ହେମନ୍ତ ଗୁପ୍ତା ଏବଂ ଜଷ୍ଟିସ୍‌ ବିକ୍ରମ ନାଥଙ୍କ ଖଣ୍ଡପୀଠ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ମାମଲା ଅନୁଯାୟୀ, ଜଣେ ଯୁବତୀ ଅନ୍‌ସାର ମହମ୍ମଦ ନାମକ ଜଣେ ଯୁବକଙ୍କ ସହ ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ରହୁଥିଲେ। ସେହି ସମୟରେ ଯୁବତୀଙ୍କୁ ୨୧ ବର୍ଷ ହୋଇଥିଲା। ୪ ବର୍ଷ ଏକାଠି ରହିବା ପରେ ଉଭୟଙ୍କ ମଧ୍ୟରେ ତିକ୍ତତା ଦେଖାଦେଇଥିଲା। ପରେ ଯୁବତୀ ଜଣକ ତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିଲେ। ଗିରଫଦାରିରୁ ବର୍ତ୍ତିବା ପାଇଁ ଆଗୁଆ ଜାମିନ ନିମନ୍ତେ ଅନ୍‌ସାର ରାଜସ୍ଥାନ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ହାଇକୋର୍ଟ ତାଙ୍କ ଜାମିନ ଆବଦେନ ଖାରଜ କରିଥିଲେ। ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଅନ୍‌ସାର ସୁପ୍ରିମକୋର୍ଟ ଯାଇଥିଲେ।