BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବିଏମସି ପକ୍ଷରୁ କିଶୋର ମଟନ ଦୋକାନ ଉଚ୍ଛେଦ

ଭୁବନେଶ୍ୱର : ରାଜଧାନୀର ପ୍ରସିଦ୍ଧ କିଶୋର ଭାଇନାଙ୍କ ମଟନ ହୋଟେଲ ଶୁକ୍ରବାର ମାଟିରେ ମିଶିଛି। ଅପମିଶ୍ରିତ ଖାଦ୍ୟ ପ୍ରସ୍ତୁତି ନେଇ ବିଏମ୍‌ସି ପକ୍ଷରୁ ଆଜି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଏମ୍‌ସି ପକ୍ଷରୁ ବୁଧବାର ଦୋକାନ ସିଲ୍‌ କରାଯାଇଥିବା ବେଳେ ଗୁରୁବାର ପୁଣି ଦୋକାନ ଖୋଲିଥିଲେ ମାଲିକ। ତେବେ ଆଜି ଏହାକୁ ସମ୍ପୂର୍ଣ୍ଣ ଭାଙ୍ଗି ଦିଆଯାଇଛି।

ସୂଚନାଯୋଗ୍ୟ, ଦୂରଦର୍ଶନ ନିକଟରେ ଥିବା କିଶୋର ଭାଇନାଙ୍କ ହୋଟେଲରେ ଅପମିଶ୍ରିତ ଖାଦ୍ୟ ପଦାର୍ଥ ବିକ୍ରି ହେଉଥିବା ଅଭିଯୋଗ ହୋଇଆସୁଥିଲା। ବାସି ଖାଦ୍ୟ ପରସା ଯିବା ସହ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଖାଦ୍ୟରେ ରଙ୍ଗ ମିଶା ଯାଉଥିଲା। ଅଭିଯୋଗକୁ ଭିତ୍ତିକରି ବିଏମ୍‌ସି ପକ୍ଷରୁ ଚଢ଼ାଉ କରାଯାଇ ଦୋକାନର ଲାଇସେନ୍ସ ବାତିଲ କରିବା ସହ ଜରିମାନା ମଧ୍ୟ କରାଯାଇଥିଲା। କିନ୍ତୁ ଗତକାଲି ଦୋକାନ ଖୋଲି ଗ୍ରାହକଙ୍କୁ ଖାଦ୍ୟ ଖାଇବାକୁ ଦିଆଯାଇଥିଲା। ଆଜି ଦୋକାନକୁ ସମ୍ପୂର୍ଣ୍ଣ ଭାଙ୍ଗି ଦିଆଯାଇଛି।