BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଗୋପାଳ ରିମାଣ୍ଡ ଅବଧି ବଢିଲା

ଝାରସୁଗୁଡ଼ା : ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାରୀ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କ ରିମାଣ୍ଡ ଅବଧି ବଢ଼ିଛି। ପୂର୍ବରୁ ୪ ଦିନିଆ ରିମାଣ୍ଡରେ ଯାଇଥିଲେ ଗୋପାଳ। ଶନିବାର ଏହି ଅବଧି ସରୁଥିବା ବେଳେ କ୍ରାଇମବ୍ରାଞ୍ଚ ପୋଲିସ ତରଫରୁ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ରିମାଣ୍ଡ ବୃଦ୍ଧି ପାଇଁ ଆବେଦନ କରାଯାଇଥିଲା। ଏହାକୁ କୋର୍ଟ ବିଚାରକୁ ନେଇ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଗୋପାଳଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି। କୋର୍ଟଙ୍କ ପକ୍ଷରୁ ଏହି ଅର୍ଡର ମିଳିବା ପରେ କ୍ରାଇମବ୍ରାଞ୍ଚ ପୋଲିସ କଡ଼ା ସୁରକ୍ଷା ମଧ୍ୟରେ ଗୋପାଳଙ୍କୁ କୋର୍ଟକୁ ଆଣି ପୁଣି ଓଏସ୍‌ଏପି ରିଜର୍ଭ ବାଟାଲିୟନରେ ନେଇ ରଖିଛିି।