BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଅର୍ଚ୍ଚନା ନାଗ ମାମଲାର ଚାର୍ଜସିଟ୍ ଦାଖଲ

କଟକ :ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଜାମିନ ଆବେଦନ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଛି। ଆବେଦନକାରୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ ହୋଇଥିବା ଶୁଣାଣିବେଳେ ସ୍ପଷ୍ଟ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ତଦନ୍ତର ସାନି ସ୍ଥିତି ଅବଗତ କରାଯାଇଛି। ଚାର୍ଜସିଟ୍‌ରେ ଉଲ୍ଲେଖ ଥିବା ନଥିପତ୍ରର କପି ଆବେଦନକାରୀ ଏ ପର୍ଯ୍ୟନ୍ତ ପାଇ ପାରିନାହାନ୍ତି। ଜଷ୍ଟିସ ଭି. ନରସିଂହଙ୍କ ଖଣ୍ଡପୀଠ ଅର୍ଚ୍ଚନାଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରିଥିଲେ। ଆସନ୍ତା ମାର୍ଚ୍ଚ ୧୪ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ସୂଚନାଯୋଗ୍ୟ, ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ କୁମାର ପରିଜାଙ୍କ ଏତଲା ଆଧାରରେ ନୟାପଲ୍ଲୀ ଥାନାରେ ରୁଜୁ ମାମଲାରେ ଜାମିନ ପାଇଁ ଅର୍ଚ୍ଚନା ଗତ ଜାନୁୟାରୀ ୨ରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଜାନୁୟାରୀ ୬ରେ ମାମଲାର ଶୁଣାଣି କରି କେସ୍‌ ଡାଏରି ଦାଖଲ ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପୂର୍ବରୁ ଭୁବେନେଶ୍ୱର ଅତିରିକ୍ତ ଜିଲା ଓ ଦୌରାଜଜଙ୍କ ଅଦାଲତରେ ଜାମିନ ଖାରଜ ହେବା ପରେ ଅର୍ଚ୍ଚନା ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜଜୀବୀ ବିଶ୍ୱଚନ୍ଦନ ମହାନ୍ତି ମାମଲା ପରିଚାଳନା କରୁଛନ୍ତି।