BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମ ପ୍ରତିବାଦରେ କନ୍ଦରପୁର ଥାନାରେ ଉତ୍କଳ ବିକାଶ ପରିଷଦର ଦାବିପତ୍ର ।

କଟକ – କଟକ ସଦର କନ୍ଦରପୁର ଥାନା ଉପକଣ୍ଠ ନିମେଇଶାପୁର ଗ୍ରାମର ଦିବ୍ୟାଙ୍ଗ ନାବାଳିକାକୁ ସେହିଗ୍ରାମର ଅସାମାଜିକ ବ୍ୟକ୍ତି ବିଶେଷ ଦୁଷ୍କର୍ମ କରିବା ପ୍ରତିବାଦ ତଥା ଏହି ନିନ୍ଦନୀୟ କାର୍ଯ୍ୟକୁ ଦୃଢ ବିରୋଧ କରି ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ(ଉବିପ) କନ୍ଦରପୁର ଥାନାରେ ଥାନା ଅଧିକାରୀଙ୍କୁ ଭେଟି ଆଲୋଚନା କରିବାସହ ଦୋଷୀକୁ ଉପଯୁକ୍ତ ଦଣ୍ଡ ଦିଆଯିବା,ଉପଯୁକ୍ତ ଭରଣପୋଷପ ବାବଦରେ ପାଞ୍ଚଲକ୍ଷ ଟଙ୍କା ପ୍ରଦାନ, ସରକାରଙ୍କ ପକ୍ଷରୁ ଆଇନିସେଵା ଯୋଗାଇ ଦେବାକୁ ପୋଲିସ କମିଶନର-ଭୁବନେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର କନ୍ଦରପୁର ଥାନା ଅଧିକାରୀଙ୍କ ଜରିଆରେ ପ୍ରଦାନ କରିଛନ୍ତି । ପରିଷଦର କାର୍ଯ୍ୟକର୍ତା ବର୍ଗ ସୁରେଶ ଜେନା,ନିରଞ୍ଜନ ରାଉଳ, ସନ୍ତୋଷ ଭୋଇ,ଦେବୀ ପ୍ରସାଦ ପତି, ସିଦ୍ଧାନ୍ତ ଭୋଇ,ଅନିଲ ମହାପାତ୍ର,ସଂଜୟ ସେଠୀ,ରବୀନ୍ଦ୍ର ପାତ୍ର,ସଂଜୟ ସାହୁ,ଲଷ୍ମୀଧର ଜେନା,ବିନୋଦ ଦାଶ,ଅକ୍ଷୟ ଦାଶ,ବଳରାମ ନାୟକ,ବିଶ୍ୱରଂଜନ ଦାଶ,ପ୍ରମୋଦ ସେଠୀ, ମୁନା ପ୍ରଧାନ ପ୍ରମୁଖ ପିଡୀତାଙ୍କ ଘରକୁ ଯାଇ ତାଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିଥିଲେ । ପରିଷଦର ସଭାପତି ଯୁବସମାଜସେବୀ ଇଂ.ପ୍ରକାଶ ଚନ୍ଦ୍ର ସେଠୀ ଏହି ଅମାନୁଷିକ କର୍ଯ୍ୟକୁ ନିନ୍ଦା କରିବାସହ ପ୍ରଶାସନ ଏହିଦିଗରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି । ସୂଚନାଯୋଗ୍ୟ ଆସାମୀକୁ କନ୍ଦରପୁର ଥାନା ପକ୍ଷରୁ ଅଭିଯୁକ୍ତଙ୍କୁ ଗିରଫକରି କୋଟଚାଲାଣ କରିଛି ।