BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମିହିର ଦାସଙ୍କ ପରଲୋକ, ଶୋକ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ବରିଷ୍ଠ ଓଲିଉଡ୍‌ ଅଭିନେତା ମିହିର ଦାସ ଆଉ ନାହାନ୍ତି। ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ଡାକ୍ତରଖାନାରେ ମଙ୍ଗଳବାର ଅପରାହ୍ନରେ ତାଙ୍କର ପରଲୋକ ହୋଇଯାଇଛି। ଏହି ଖବର ଜଣାପଡ଼ିବା ପରେ ବହୁ ବିଶିଷ୍ଟ ଲୋକ ଶୋକ ପ୍ରକାଶ କରିଛନ୍ତି।

ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକଟ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ବନା ଜଣାଇଛନ୍ତି। ଟୁଇଟ୍‌ କରି ରାଜ୍ୟପାଳ କହିଛନ୍ତି, ମିହିର ଜଣେ ଶୀର୍ଷସ୍ତରର କଳାକାର ଭାବେ ନିଜର ଅନନ୍ୟ ଅଭିନୟ କଳା ପାଇଁ ସବୁରି ହୃଦୟରେ ରହିବେ।

ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି କହିଛନ୍ତି, ବର୍ଷୀୟାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳାଜଗତରେ ସେ ଛାଡ଼ିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାକାରଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଥିବା ସେ କହିଛନ୍ତି।

ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ଜନ୍ମଗ୍ରହଣ କରିଥିଲେ ମିହିର। ପିଲାଦିନରୁ କଳା ପ୍ରତି ତାଙ୍କର ଦୁର୍ବଳତା ଥିଲା। ସେ ପ୍ରଥମେ ଆର୍ଟ ଫିଲ୍ମ‘ସ୍କୁଲ ମାଷ୍ଟର’ରେ ଅଭିନୟ କରିଥିଲେ। ମିହିର ଦାସଙ୍କ ପ୍ରଥମ ବ୍ୟବସାୟିକ ଫିଲ୍ମ ‘ମଥୁରା ବିଜୟ’ ୧୯୭୯ ମସିହାରେ ରିଲିଜ ହୋଇଥିଲା। ସେହି ଫିଲ୍ମ ତାଙ୍କୁ ରାତାରାତି ଷ୍ଟାର କରି ଦେଇଥିଲା। ଲକ୍ଷ୍ମୀ ପ୍ରତିମା’ ଓ ‘ଫେରିଆ ମୋ ସୁନା ଭଉଣୀ’ ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ମିଳିଥିଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଠିକ ସେହିପରି ଶ୍ରେଷ୍ଠ ସହ କଳାକାର ଭାବେ ମଧ୍ୟ ଅନେକ ଫିଲ୍ମ ପାଇଁ ତାଙ୍କୁ ପୁରସ୍କୃତ କରାଯାଇଛି। ‘ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ’ ଓ ପ୍ରେମ ଅଢେଇ ଅକ୍ଷର ପାଇଁ ତାଙ୍କୁ ଶ୍ରେଷ୍ଠ ପାର୍ଶ୍ୱ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହାଛଡ଼ା ୧୯୯୯ରେ ବିଧାତା ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଓ ୨୦୦୭ରେ ‘ମୁଁ ତତେ ଲଭ କରୁଛି’ ଫିଲ୍ମ ପାଇଁ ଶ୍ରେଷ୍ଠ ହାସ୍ୟ ଅଭିନେତା ପୁରସ୍କାରରେ ତାଙ୍କୁ ସମ୍ମାନିତ କରାଯାଇଛି।