BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଗୋଟିଏ ମଞ୍ଚରେ ଶାହା ଓ ନବୀନ

କଟକ,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଏକ ଦୈନିକ ଖବରକାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାହିତ୍ୟିକା ପ୍ରତିଭା ରାୟଙ୍କ ସମେତ ଉଭୟ ଦଳର ହେଭିୱେଟ ନେତା ଓ କର୍ମକର୍ତ୍ତା ଉପସ୍ଥିତ ଅଛନ୍ତି। ନବୀନ ଏବଂ ଶାହା ମଞ୍ଚକୁ ଉଠିବା ମାତ୍ରେ ଉପସ୍ଥିତ ଦଳୀୟ କର୍ମୀଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ।
ରବିବାର ବିଳମ୍ବିତ ରାତିରେ ଶାହା ଭୁବନେଶ୍ୱରରେ ପହଞ୍ଚିଥିବା ବେଳେ ଆଜି ସକାଳେ ଶ୍ରୀଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରାବଣ ମାସ ଶେଷ ସୋମବାର ହୋଇଥିବା ବେଳେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ଜଳାଭିଷେକ କରିଥିଲେ ଶାହା। ତାଙ୍କ ସହ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍‌ପି ଅପରାଜିତା ଷଡଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ। ପ୍ରାୟ ୧୫ରୁ ୨୦ ମିନିଟ ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଶାହା ଭାଜପା ସଭାପତି ସମୀର ମହାନ୍ତିଙ୍କ ବାସଭବନକୁ ଯାଇଥିଲେ। ଏହାପରେ କଟକ ଅଭିମୁଖେ ବାହାରି ଥିଲେ। କଟକରେ ପହଞ୍ଚି ଶାହା ପ୍ରଥମେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଓଡ଼ିଆ ବଜାର ସ୍ଥିତ ଜନ୍ମସ୍ଥାନକୁ ଯାଇଥିଲେ। ସେଠାରେ ନେତାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।