BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କଟକ ଓ ଆଖପାଖ ଅଞ୍ଚଳକୁ ଏକ ସମୃଦ୍ଧ ମଡେଲ ଅଞ୍ଚଳ ଭାବେ ବିକଶିତ କରାଯିବ- ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କଟକ ସାଂସଦ, ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ବିଷୟରେ ଆଲୋଚନା

ଭୁବନେଶ୍ୱର : କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି।

ବୈଠକରେ, କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ, ଏକ ବୃହତ୍‌ କନ୍‌ଭେନସନ ସେଣ୍ଟର ସ୍ଥାପନ, ରାଣୀହାଟ ଅଂଚଳର ଉନ୍ନତିକରଣ, ପ୍ରେସ ଛକ ଅଂଚଳରେ ଏକ ପାର୍କ ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିଲା।

ଏତଦବ୍ୟତୀତ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମଭୂମି ସତ୍ୟଭାମାପୁରର ସମନ୍ୱିତ ବିକାଶ, ସିଏମସି ଏବଂ ସିଡିଏ ଅଞ୍ଚଳ ପାଇଁ ଡ୍ରେନେଜ୍ ମାଷ୍ଟର ପ୍ଲାନ୍, ମହାନଦୀରେ ବ୍ୟାରେଜ୍ ଯୋଜନା, ବଡମ୍ବା ସୁଗାର ମିଲ ଓ ଭଗତପୁର କଟନ ମିଲର ପୁନଃ କାର୍ଯ୍ୟକାରିତା, ଓ ଉପଖଣ୍ଡ ସ୍ତରୀୟ କୋଲ୍ଡ ଷ୍ଟୋରେଜ ନିର୍ମାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

ବୈଠକରୁ ଜଣା ପଡିଛି ଯେ, ମୁଖ୍ୟମନ୍ତ୍ରୀ ଏହି ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଉପଯୁକ୍ତ ପଦକ୍ଷେପ ନେବା ଏବଂ ପ୍ରଶାସନିକ ସ୍ତରରେ ପ୍ରତ୍ୟେକ କାର୍ଯ୍ୟ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ବିଭାଗୀୟ ସଚିବଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ, ଅଧିକ ସଂଯୁକ୍ତ ପ୍ରୟାସ ଦ୍ୱାରା କଟକ ଜିଲ୍ଲା ଏବଂ ତାହାର ଉପଖଣ୍ଡ ଅଞ୍ଚଳକୁ ଏକ ଆଧୁନିକ ଓ ସମୃଦ୍ଧ ମଡେଲ୍ କ୍ଷେତ୍ର ବନେଇବା ପାଇଁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ବୈଠକରେ ଉନ୍ନୟନ କମିଶନର ଅନୁ ଗର୍ଗ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ  ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ପୌର ପ୍ରଶାସନ ନିର୍ଦ୍ଦେଶକ  ଅରିନ୍ଦମ ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ।