BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆସୁଛି ବାତ୍ୟା, ଘନ ଘନ ଚାଲିଛି ସରକାରୀ ବୈଠକ

ଭୁବନେଶ୍ବର: ଆସୁଛି ସମ୍ଭାବ୍ୟ ବାତ୍ୟା। ଦିନକ ପରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପରବର୍ତ୍ତୀ ସମୟରେ ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ ବୋଲି ଆକଳନ କରାଯାଇଛି। ବାତ୍ୟା ସମ୍ଭାବନା ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଚିତ୍ର ସ୍ପଷ୍ଟ ହୋଇନାହିଁ। ମେ’ ୫ ତାରିଖରୁ ବଙ୍ଗୋପସାଗରରେ ପାଗ ବଦଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଲଘୁଚାପ ସୃଷ୍ଟି ହେବା ପରେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ତାହା ଜଣାପଡିବ। ତେବେ ଓଡିଶା ଉପକୂଳରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ଅଧିକାଂଶ ନମୂନାକୁ ଅନୁଧ୍ୟାନ କରାଯିବା ପରେ ଆକଳନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ମେ’ ୬ ତାରିଖରେ ଲଘୁଚାପ ସୃଷ୍ଟି ହେବ। ଦକ୍ଷିଣ ଆଣ୍ଡାମାନ ସାଗରରେ ୪ ତାରିଖରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରାଯାଇଛି। ଗତ କିଛି ବର୍ଷ ହେଲା ଲଗାତାର ଭାବେ ମେ ମାସରେ ବଙ୍ଗୋପସାଗରରେ ବାତ୍ୟା ହେଉଛି। ଏବେ ପୁଣି ମେ’ ମାସରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଥିବାରୁ ବାତ୍ୟା ଆଶଙ୍କା ବଢ଼ିଯାଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ଭାରତୀୟ ପାଣିପାଗ ବିଭାଗ କୌଣସି ଚିତ୍ର ସ୍ପଷ୍ଟ କରିନଥିବାବେଳେ, ଭିନ୍ନ ଭିନ୍ନ ପାଣିପାଗ ସଂସ୍ଥା ଭିନ୍ନ ଭିନ୍ନ ଆକଳନ କରୁଛନ୍ତି।
ଆଜି ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସମ୍ଭାବ୍ୟ ବାତ୍ୟାର ସଫଳ ମୁକାବିଲା ପାଇଁ କ’ଣ ପଦକ୍ଷେପ ନିଆଯିବ ସେଥିନେଇ ଆଲୋଚନା ହୋଇଥିଲା।